Posted inଜାତୀୟ

ଏଏପି ବିବାହରେ ଆମନ୍ତ୍ରିତ ହୋଇ ନ ଥିବା ଡ୍ୟାନ୍ସର: ଫଡ଼ନାଭିସ…

ଭାବନଗର,୧୯।୧୧ : ଗୁଜରାଟ ବିଧାନସଭା ନିର୍ବାଚନ ତ୍ରିକୋଣୀୟ ଆଡ଼କୁ ମୁହାଁଇଛି। ଭାଜପା କଂଗ୍ରେସ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ପୂର୍ବରୁ କୁହାଯାଉଥିବା ବେଳେ ଏବେ ଏଏପି ମଧ୍ୟ ନିର୍ବାଚନୀ ମଇଦାନରେ ଲଢ଼େଇ କରିବାକୁ ଅଣ୍ଟା ଭିଡ଼ିଛି। ଏଏପି ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଗୁଜରାଟରେ ଦଳର ବିଜୟ ନିଶ୍ଚିତ ବୋଲି କହିଛନ୍ତି।

ଏହାକୁ ନେଇ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ ଏଏପିକୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି ଏଏପି ବିବାହରେ ଆମନ୍ତ୍ରିତ ହୋଇ ନ ଥିବା ଡ୍ୟାନ୍ସର ଭଳି ଗୁଜରାଟକୁ ଆସି ନିର୍ବାଚନ ଲଢୁଛି। ବିନା ଆତିଥେୟତାରେ ଦଳ ରାଜ୍ୟକୁ ଆସିଛି। ଆମନ୍ତ୍ରିତ ହୋଇ ନ ଥିବା ଡ୍ୟାନ୍ସର ବିବାହରେ ଯୋଗଦେଇ ପୁଣି ଫେରି ଯାଇଥାନ୍ତି। ସେହିପରି ଏଏପି ଗୁଜରାଟକୁ ଆସିଛି, ଦଳ ପୁଣି ଫେରିଯିବ। ରାଜ୍ୟରେ ସଫଳ ନ ହୋଇ ଏଏପି ବିଫଳତା ନେଇ ଫେରିବା ନିଶ୍ଚିତ।

ଏଏପି ଗୋଆକୁ ଯାଇଥିଲା କିନ୍ତୁ କିଛି କରି ନପାରି ଫେରିଥିଲା। ସେଠାରେ ଦଳକୁ ମାତ୍ର ୨ଟି ଆସନ ମିଳିଥିଲା। ଗୁଜରାଟରେ ମଧ୍ୟ ସମାନ ସ୍ଥିତି ସୃଷ୍ଟି ହେବ।

ମିଥ୍ୟା ପ୍ରତିଶ୍ରୁତି ଦେବା ଏବଂ ମିଛ କହିବାରେ ଏଏପିକୁ କେହି ପାରିବେ ନାହିଁ। ଏକ୍ଷେତ୍ରରେ ଦଳ ଦେଶବ୍ୟାପି ଆଗୁଆ ରହିଛି। ଏନେଇ ଦଳକୁ ଅଲିମ୍ପିକ୍‌ ପୁରସ୍କାର ମିଳିବା କଥା ବୋଲି କହି ଫଡ଼ନାଭିସ ଭାବନଗରରେ ଏକ ରାଲିରେ ଯୋଗଦେଇ କଟାକ୍ଷ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri