Posted inଜାତୀୟ

କେଜରିଓ୍ବାଲଙ୍କ ପାଇଁ ଅନଶନ ଆନ୍ଦୋଳନ ଆରମ୍ଭ କଲେ ଏଏପି ନେତା, ଜନ୍ତରମନ୍ତରରେ ହେଲେ ଏକାଠି

ନୂଆଦିଲ୍ଲୀ,୭।୪: ଆମ ଆଦମୀ ପାର୍ଟି ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଅଶାନ୍ତି ଲାଗି ରହିଛି। ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗିରଫ ହୋଇ ଏବେ ତିହାର ଜେଲରେ କାରାଦଣ୍ଡ ଭୋଗୁଛନ୍ତି। ସିଏମଙ୍କ ଗିରଫକୁ ନେଇ ଦଳ ନିରନ୍ତର ବିରୋଧ କରୁଛି ଏବଂ ତାଙ୍କୁ ଶୀଘ୍ର ମୁକ୍ତ କରିବାକୁ ଦାବି କରୁଛି। ଆମ ଆଦମୀ ପାର୍ଟି କ୍ରମାଗତ ଭାବରେ ଇଡି ଏବଂ ମୋଦି ସରକାରଙ୍କୁ ଟାର୍ଗେଟ କରୁଛି। ଦେଶ ତଥା ବିଦେଶରେ ଥିବା କର୍ମୀମାନେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫଦାରୀ ବିରୋଧରେ ଆନ୍ଦୋଳନକୁ ଜୋରଦାର କରିଛନ୍ତି।

ରବିବାର ଜନ୍ତର ମନ୍ତରରେ ଏଏପି ନିଜର ଅନଶନ ଆନ୍ଦୋଳନ ଆରମ୍ଭ କରିଛି। ଏଥିରେ ବିଧାୟକ, ମନ୍ତ୍ରୀ, ଏମପି, କାଉନସିଲର ଏବଂ ଅଧିକାରୀମାନେ ସାମିଲ ହୋଇଛନ୍ତି।
ସୂଚନାଥାଉ କି, ଆଜି ପୂର୍ବାହ୍ନ ୧୦ଟା ଠାରୁ ଏହି ଉପବାସ ଆନ୍ଦୋଳନ ଆରମ୍ଭ ହୋଇଛି।
ଉତ୍ତରପ୍ରଦେଶ, ହରିୟାଣା, ହିମାଚଳ, ତାମିଲନାଡୁ, ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଆନ୍ଧ୍ରପ୍ରଦେଶ ସମେତ ଦେଶର ୨୫ ଟି ରାଜ୍ୟର ରାଜଧାନୀ, ଜିଲା ଏବଂ ବ୍ଲକ ମୁଖ୍ୟାଳୟ, ଗ୍ରାମ ଏବଂ ସହରଗୁଡ଼ିକରେ ଲୋକମାନେ କେଜରିଓ୍ବାଲଙ୍କ ପାଇଁ ଆଜି ଉପବାସ କରିବେ । ଏହା ବ୍ୟତୀତ ନ୍ୟୁୟର୍କ, ବୋଷ୍ଟନ, ଲସ ଆଞ୍ଜେଲସ, ଆମେରିକାର ୱାଶିଂଟନ ଡିସି, କାନାଡାର ଟରୋଣ୍ଟୋ, ଅଷ୍ଟ୍ରେଲିଆର ମେଲବୋର୍ଣ୍ଣ, ବ୍ରିଟେନରେ ଲଣ୍ଡନ ଏବଂ ଅନ୍ୟାନ୍ୟ ସ୍ଥାନରେ ଉପବାସ ଆନ୍ଦୋଳନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri