Posted inଖେଳ

ରାଜ୍ୟ ସଭାକୁ ଯାଇପାରନ୍ତି ହରଭଜନ

ଚଣ୍ଡିଗଡ,୧୭।୩: ପଞ୍ଜାବରେ ଆମ ଆଦମୀ ପାର୍ଟି କ୍ଷମତାକୁ ଆସିଛି। ଭାଗଓ୍ବନ୍ତ ମାନ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେଇଛନ୍ତି। ଏଏପି ପୂର୍ବତନ କ୍ରିକେଟର ହରଭଜନ ସିଂଙ୍କୁ ରାଜ୍ୟ ସଭାକୁ ପଠାଇବ ବୋଲି ଏବେ ଚର୍ଚ୍ଚା ହେଉଛି। ରାଜ୍ୟର ନବନିର୍ବାଚିତ ଏଏପି ସରକାର କ୍ରୀଡ଼ା ବିଶ୍ୱବିଦ୍ୟାଳୟ ନିର୍ମାଣର ଦାୟିତ୍ୱ ହରଭଜନ ସିଂଙ୍କୁ ଦେଇପାରନ୍ତି ବୋଲି କୁହାଯାଉଛି। ନିର୍ବାଚନ ପୂର୍ବରୁ ରାଜ୍ୟରେ କ୍ରୀଡାର ବିକା କରିବା ଏବଂ ଜଳନ୍ଧରରେ ଏକ କ୍ରୀଡ଼ା ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବାକୁ ମୁଖ୍ୟମନ୍ତ୍ରୀ ଭାଗଓ୍ବନ୍ତ ମାନ ପ୍ରତିଶ୍ରୁତି ଦେଇଛନ୍ତି।
ମାନ ରାଜ୍ୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ହରଭଜନ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ଟୁଇଟର୍‌ରେ ଲେଖିଛନ୍ତି, ଆମ ଆଦମୀ ପାର୍ଟି ଏବଂ ମୋର ବନ୍ଧୁ ଭାଗଓ୍ବନ୍ତ ମାନଙ୍କୁ ଆମର ନୂତନ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ଅଭିନନ୍ଦନ, ଭଗତ ସିଂଙ୍କ ଖଟକରକଲାନ ଗ୍ରାମରେ ସେ ନୂତନ ମୁଖ୍ୟମନ୍ତରୀ ଭାବରେ ଶପଥ ଗ୍ରହଣ କରିବା ଜାଣି ଖୁସି ଲାଗିଲା। ମାତା ଜି ପାଇଁ ଏହା ଏକ ଗର୍ବର ମୁହୂର୍ତ୍ତ।
ପଞ୍ଜାବରେ ଆମ ଆଦମୀ ପାର୍ଟିର ଏହା ହେଉଛି ପ୍ରଥମ ବିଜୟ। ୧୧୭ଟି ବିଧାନସଭା ଆସନ ଜିତି ଏଏପି ଐତିହାସିକ ବିଜୟ ହାସଲ କରିଛି। ଏବେ ପଞ୍ଜାବର ପାଞ୍ଚଟି ରାଜ୍ୟସଭା ଆସନ ଆସନ୍ତା ମାସରେ ଖାଲି ହେବାକୁ ଯାଉଛି। ଆମ ଆଦମୀ ପାର୍ଟି ଶୀଘ୍ର ଆସନ ପାଇଁ ନାମ ଘୋଷଣା କରିପାରନ୍ତି।
ଟେଷ୍ଟ କ୍ରିକେଟରେ ସର୍ବାଧିକ ଉଇକେଟ ନେଇଥିବା ଚତୁର୍ଥ ଭାରତୀୟ ବୋଲର ହରଭଜନ ସିଂ କିଛି ମାସ ପୂର୍ବରୁ ସ୍ପଷ୍ଟ କରିଥିଲେ ଯେ ସେ ଏବେ ନିର୍ବାଚନରେ ଲଢିବେ ନାହିଁ ଏବଂ ରାଜନୀତିରେ ବିଷୟରେ କୌଣସି ନିଷ୍ପତ୍ତି ନେଇନାହାଁନ୍ତି। ତାଙ୍କ ଅବସର ଏବଂ ପଞ୍ଜାବ ନିର୍ବାଚନ ମଧ୍ୟରେ କୌଣସି ସମ୍ପର୍କ ନାହିଁ ବୋଲି ସେ ସ୍ପଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri