Posted inଜାତୀୟ

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି (ଏଏପି) ସାଂସଦ ସଞ୍ଜୟ ସିଂ ପୁଣି ଥରେ ସଂରକ୍ଷଣ ଏବଂ ସମ୍ବିଧାନର ବାହାନା କରି ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଭାଜପା ସମ୍ବିଧାନରେ ପରିବର୍ତ୍ତନ ଆଣିବାକୁ ଏବଂ ସଂରକ୍ଷଣକୁ ଶେଷ କରିବାକୁ ଚାହୁଁଛି, ତେଣୁ ସେମାନେ ୪୦୦ଟି ଆସନ ଦାବି କରୁଛନ୍ତି।
ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନର (ଆରଏସଏସ) ମୁଖ୍ୟ ମୋହନ ଭଗବତଙ୍କ ଏକ ଭିଡିଓ ବିଷୟରେ ଉଲ୍ଲେଖ କରି ସେ କହିଛନ୍ତି, ବର୍ତ୍ତମାନ ପ୍ରଥମ ଥର ପାଇଁ ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନର ମୁଖ୍ୟ ମୋହନ ଭଗବତଙ୍କୁ ସ୍ପଷ୍ଟୀକରଣ ଦେବାକୁ ପଡିବ।
ଏହି ଭିଡିଓ ସମ୍ପର୍କରେ ଆମ ଆଦମୀ ପାର୍ଟି ନେତା ସଞ୍ଜୟ ସିଂ କହିଛନ୍ତି, ବର୍ତ୍ତମାନ ଭାଜପାର ମାନସିକତା ପ୍ରକାଶ ପାଇଛି ଏବଂ ଆରଏସଏସ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଉଛି। ସଞ୍ଜୟ ସିଂ କହିଛନ୍ତି, ଆମେ କହୁଛୁ ଭୀମରାଓ ଆମ୍ବେଡକରଙ୍କ ସମ୍ବିଧାନ ଦେଶରେ କାମ କରେ, କିନ୍ତୁ ଭାଗବତ ଜୀଙ୍କର ସମ୍ବିଧାନ ଭାଜପାରେ କାମ କରେ। ସେମାନେ (ଭାଜପା) କହିଛନ୍ତି ଯେ ସଂରକ୍ଷଣ ଶେଷ ହେବା ଉଚିତ୍‌।
କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଲକ୍ଷ୍ୟ କରି ସଞ୍ଜୟ ସିଂ କହିଛନ୍ତି, ଅମିତ ଶାହା କହିଛନ୍ତି ଯେ ଭାଜପା ୫୦ ବର୍ଷ ଶାସନ କରିବ। ଏହାର ଅର୍ଥ କୌଣସି ନିର୍ବାଚନ ହେବ ନାହିଁ କାରଣ ଏହି ଲୋକମାନେ ନିର୍ବାଚନ ଶେଷ କରିବେ। ଭାଜପା ନେତାମାନେ ୪୦୦ଟି ଆସନ ଜିତିବା ବିଷୟରେ କାହିଁକି କହୁଛନ୍ତି, ଏହାର କାରଣ ହେଉଛି ସେମାନେ ନିର୍ବାଚନ ଶେଷ କରିବାକୁ ଚାହୁଁଛନ୍ତି, ସମ୍ବିଧାନରେ ପରିବର୍ତ୍ତନ ଆଣିବାକୁ ଚାହୁଁଛନ୍ତି, ସଂରକ୍ଷଣକୁ ଶେଷ କରିବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?