Posted inଜାତୀୟ

‘ଗଣତନ୍ତ୍ରର ବିଜୟ ହୋଇଛି’… ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରତିକ୍ରିୟା ରଖିଲେ କେଜିର୍‌ଓ୍ବାଲ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀରେ ଅଧିକାରୀଙ୍କ ସ୍ଥାନାନ୍ତର-ପୋଷ୍ଟିଂ ଅଧିକାରକୁ ନେଇ ବିବାଦ ଉପରେ ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କ ସପକ୍ଷରେ ରାୟ ଦେଇ କହିଛନ୍ତି ଦିଲ୍ଲୀ ସରକାରଙ୍କୁ ଅଧିକାରୀଙ୍କ ପୋଷ୍ଟ ଏବଂ ସ୍ଥାନାନ୍ତର କରିବାର ଅଧିକାର ରହିବ। ତେବେ ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତିକୁ ଏଏପି ସରକାର ପାଇଁ ଏକ ବଡ଼ ବିଜୟ ବୋଲି ବିବେଚନା କରାଯାଉଛି। ଇତି ମଧ୍ୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିର୍‌ଓ୍ବାଲଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଯେଉଁଥିରେ ସେ ଗଣତନ୍ତ୍ରର ବିଜୟ ହୋଇଛି ବୋଲି କହିଛନ୍ତି। କେଜିର୍‌ଓ୍ବାଲ କହିଛନ୍ତି, ଦିଲ୍ଲୀର ଲୋକଙ୍କୁ ନ୍ୟାୟ ଦେଇଥିବାରୁ ସୁପ୍ରିମକୋର୍ଟଙ୍କୁ ଅଶେଷ ଅଶେଷ ଧନ୍ୟବାଦ। ବିକାଶର ଗତି ବର୍ତ୍ତମାନ ବହୁଗୁଣିତ ହେବ।

ଏହି ନିଷ୍ପତ୍ତି ଉପରେ ଏଏପି ନେତା ରାଘବ ଚଡ୍ଡା ଟୁଇଟ କରି କହିଛନ୍ତି, ସତ୍ୟମେବ ଜୟତେ, ଦିଲ୍ଲୀର ବିଜୟ। ମାନ୍ୟବର ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ ଏକ ଦୃଢ ବାର୍ତ୍ତା ପ୍ରେରଣ କରୁଛି ଯେ, ଦିଲ୍ଲୀ ସରକାରଙ୍କ ସହ କାର୍ଯ୍ୟ କରୁଥିବା ଅଧିକାରୀମାନେ ନିର୍ବାଚିତ ସରକାରଙ୍କ ମାଧ୍ୟମରେ ଦିଲ୍ଲୀର ଲୋକଙ୍କ ପାଇଁ ସେବା କରୁଛନ୍ତି।

ସୁପ୍ରିମକୋର୍ଟ କହିଛନ୍ତି, ନିର୍ବାଚିତ ସରକାର ପ୍ରଶାସନ ଚଳାଇବା ପାଇଁ କ୍ଷମତା ପାଇବା ଉଚିତ୍‌, ନ ଚେତ ଏହା ଫେଡେରାଲ ଢାଞ୍ଚା ପାଇଁ ଏକ ବଡ କ୍ଷତି।କେନ୍ଦ୍ର ସମସ୍ତ ବିଧାନସଭା, ନିଯୁକ୍ତି କ୍ଷମତାକୁ ନିଜ ହାତରେ ନେଇପାରିବ ନାହିଁ। ଯଦି ନିର୍ବାଚିତ ସରକାର ଅଧିକାରୀମାନଙ୍କୁ ନିୟନ୍ତ୍ରଣ କରିପାରୁନାହାଁନ୍ତି, ତେବେ ଲୋକଙ୍କ ସାମୂହିକ ଦାୟିତ୍ୱ କିପରି ପୂରଣ କରିବେ? ଅଧିକାରୀଙ୍କ ସ୍ଥାନାନ୍ତର ପୋଷ୍ଟ ଉପରେ ଦିଲ୍ଲୀ ସରକାରଙ୍କର ଅଧିକାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଟ୍ରାଫିକ ଇନ୍ସପେକ୍ଟର, ୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୁନ୍ଦରଗଡ଼,୩।୮: ସୁନ୍ଦରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ର ଟ୍ରାଫିକ୍ ଇନ୍ସପେକ୍ଟରଙ୍କୁ ଧରିଛି ଓଡ଼ିଶା ଭିଜିଲାନ୍ସ ।ମୁକେଶ କୁମାର ମିଶ୍ର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି, ଏହା ସହ ଗ୍ୟାଷ୍ଟ୍ରିକ ଓ କୋଷ୍ଠକାଠିନ୍ୟ ସମସ୍ୟାକୁ…

ଖଜୁରିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ଆମେ ବିଶେଷଭାବରେ ଜଳଖିଆରେ ବ୍ୟବହାର କରିଥାଉ। ଏହାକୁ ନିୟମିତ ଖାଇଲେ ହଜମ କ୍ରିୟା ଆହୁରି ସକ୍ରିୟ…

କାହିଁକି ଆଉ କିପରି ହୁଏ କିଡ୍‌ନୀ ଡାୟାଲିସିସ୍‌ ଜାଣନ୍ତୁ…

ଡାୟାଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା…

ଓଡ଼ିଶା ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା, ତଦନ୍ତ କରିବ କ୍ରାଇମବ୍ରାଞ୍ଚ

କଟକ,୩।୮(ପ୍ରଭୁକଲ୍ୟାଣ ପାଲ୍): ଏମକେସିଜି ମେଡିକାଲ କଲେଜର ପିଜି ଶେଷ ବର୍ଷ ପରୀକ୍ଷା ସମୟରେ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ଏହି ମାମାଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର…

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri