Posted inଜାତୀୟ

ଜୟପୁର ପହଞ୍ଚି କଂଗ୍ରେସ-ଭାଜପାକୁ ଟାର୍ଗେଟ କଲେ କେଜରିୱାଲ, କହିଲେ କିଛି ସମୟ ଅପେକ୍ଷା କରନ୍ତୁ…

ଜୟପୁର,୧୩ ।୩: ରାଜସ୍ଥାନରେ ଚଳିତ ବର୍ଷ ଶେଷ ବେଳକୁ ହେବାକୁ ଯାଉଛି ବିଧାନସଭା ନିର୍ବାଚନ । ଏଥର ଭାଜପା ଓ କଂଗ୍ରେସକୁ ଟକ୍କର ଦେବାକୁ ମଇଦାନକୁ ଓହ୍ଲାଇଛି ଆମ ଆଦମୀ ପାର୍ଟି(ଏଏପି) । ଏଏପିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସୋମବାର ଜୟପୁର ପହଞ୍ଚିଛନ୍ତି । ଅରବିନ୍ଦ କେଜରିୱାଲ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାଗବତ ମାନଙ୍କ ସହ ରାଜସ୍ଥାନର ରାଜଧାନୀରେ ନିର୍ବାଚନର ଶଙ୍ଖ ଫୁଙ୍କିଛନ୍ତି । ଏହାସହ ସୋମବାର ଏଏପିର ତ୍ରିରଙ୍ଗା ଯାତ୍ରା ବି ଆରମ୍ଭ ହୋଇଛି ।
ଏହି ସମୟରେ କେଜରିୱାଲ ଶାସକ କଂଗ୍ରେସ ଓ ଭାଜପାକୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ରାଜସ୍ଥାନରେ ଡିସେମ୍ବରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । କେଜରିୱାଲ କହିଛନ୍ତି, କଂଗ୍ରେସ ଓ ଭାଜପା ମିଶି ରାଜସ୍ଥାନକୁ କବାଡି କରିଦେଇଛନ୍ତି । ସେମାନେ ଏହା କହିପାରିବେ ନାହିଁ କି ସେମାନଙ୍କୁ ସୁଯୋଗ ଦିଆଯାଇ ନାହିଁ । ସେଥିପାଇଁ ଏବେ ଆମ ଆଦମୀ ପାର୍ଟି ନିର୍ବାଚନ ମଇଦାନକୁ ଓହ୍ଲାଇଛି ।
କେଜରିୱାଲ ରାଜସ୍ଥାନବାସୀଙ୍କୁ କହିଛନ୍ତି, କିଛି ସମୟ ଅପେକ୍ଷା କରନ୍ତୁ ସମସ୍ତ ଚେହେରା ସାମ୍ନାକୁ ଆସିଯିବ । ଆମ ଆଦମୀ ପାର୍ଟି ସହ ସବୁ ଭଲ ଲୋକ ଯୋଡି ହେଉଛନ୍ତି । ଏଏପି ସବୁ ଆସନରେ ନିର୍ବାଚନ ଲଢିବ ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ଉତକେଲାରୁ ବିଶାଖାପାଟଣା ବିମାନ ସେବା ସମ୍ପ୍ରସାରଣ ଦାବି: ଏମ୍‌ପିଙ୍କୁ ଦାବି ଜଣାଇଲେ

କେସିଙ୍ଗା, ୨୫।୫ (ତୁମେଶ୍ୱର ସାହୁ): ଉତକେଲାରୁ ଭୁବନେଶ୍ୱରକୁ ବିମାନ ଉଡାଣ ପ୍ରଥମେ ସପ୍ତାହକୁ ଦୁଇ ଦିନ ଥିବା ବେଳେ ପରେ ସପ୍ତାହକୁ ଛଅ ଦିନ ହୋଇଥିଲା। ସୋମବାର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ଦୁଇ ଆଇପିଏସ୍‌ ଅଫିସରଙ୍କୁ ବଦଳି ରାଜ ପ୍ରସାଦ ରାୟଗଡ଼ା ଏସ୍‌ପି

ଗୁଣପୁର,୨୫।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଦୁଇ ଆଇପିଏସ୍‌ ଅଧିକାରୀଙ୍କୁ ଶନିବାର ରାଜ୍ୟ ସରକାର ବଦଳି କରିଛନ୍ତି। ଏସ୍‌ପି ସ୍ବାତି ଏସ୍‌. କୁମାରଙ୍କୁ ଏସଟିଏଫ ଭୁବନେଶ୍ୱରକୁ ବଦଳି ହୋଇଛି ।…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri