Posted inଜାତୀୟ

ଚାର୍ଜସିଟ୍‌ରେ ଏଏପିକୁ ଅଭିଯୁକ୍ତ କରିବ ଇଡି, କେଜ୍ରିୱାଲଙ୍କୁ ଜାମିନ ମିଳିବା ସମ୍ଭାବନା କ୍ଷୀଣ!

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଶୁକ୍ରବାର ଏକ ବଡ଼ ଦିନ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ଟ୍ରାଏଲ କୋର୍ଟରେ ମଦଫା ଦୁର୍ନୀତି ମାମଲାରେ ଏହାର ଚାର୍ଜସିଟ୍‌ ଦାଖଲ କରିବାକୁ ଯାଉଛି। ଏହାରି ମଧ୍ୟରେ ଚାର୍ଜସିଟ୍‌କୁ ନେଇ ବଡ଼ ଖୁଲାସା ହୋଇଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଚାର୍ଜସିଟ୍‌ରେ ଅରବିନ୍ଦ କେଜ୍ରିୱାଲଙ୍କୁ ମୁଖ୍ୟ ଅଭିଯୁକ୍ତ କରାଯାଇଛି। ଏହା ସହିତ ଏଏପିକୁ ମଧ୍ୟ ଅଭିଯୁକ୍ତ କରାଯାଇଛି। ସେହିଭଳି କେଜ୍ରିୱାଲଙ୍କ ମଧ୍ୟାବତ୍ତିକାଳୀନ ଜାମିନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଯାଉଛି। ଯେତେବେଳେ କି ଦ୍ୱିତୀୟ ଅଭିଯୁକ୍ତ କେ. କବିତାଙ୍କ ଜାମିନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ହେବ।

ରିପୋର୍ଟ ଅନୁଯାୟୀ, କେଜ୍ରିୱାଲଙ୍କ ବ୍ୟତୀତ ଇଡି ଆମ୍ ଆଦମୀ ପାର୍ଟିକୁ ଏହାର ଚାର୍ଜସିଟରେ ଅଭିଯୁକ୍ତ କରିବ। ଇତିହାସରେ ପ୍ରଥମ ଥର ପାଇଁ ଏକ ଜାତୀୟ ଦଳ ଏକ ଦୁର୍ନୀତି ମାମଲାରେ ଏକ ଏଜେନ୍ସି ଦ୍ୱାରା ଦାଖଲ ହୋଇଥିବା ଚାର୍ଜସିଟରେ ଅଭିଯୁକ୍ତ ହେବ। ସୂତ୍ରରୁ ପ୍ରକାଶ ଯେ ସୁପ୍ରିମକୋର୍ଟରେ ଶୁଣାଣି ପରେ ଇଡି ଟ୍ରାଏଲ କୋର୍ଟରେ ଚାର୍ଜସିଟ ଦାଖଲ କରିବ। ଯଦି ଦିନସାରା ଶୁଣାଣି ଜାରି ରହିବ ତେବେ ଶନିବାର ଦିନ ଚାର୍ଜସିଟ ଦାଖଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଏବେ ପେଟ୍ରୋଲ-ଡିଜେଲକୁ ନେଇ ବଡ଼ ଖବର, ଜାରି ହେଲା ନୂଆ ମୂଲ୍ୟ

ନୂଆଦିଲ୍ଲୀ,୧।୮: ଆଜିଠାରୁ ନୂତନ ମାସ ଅର୍ଥାତ୍‌ ଅଗଷ୍ଟ ୧, ୨୦୨୬ର ଶୁଭାରମ୍ଭ ହୋଇଯାଇଛି। ସକାଳୁ ସକାଳୁ ଯେଉଁଠାରେ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଥିବାର ଖବର…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

୨୦୦ ଟଙ୍କା ଶସ୍ତା ହେଲା LPG ସିଲିଣ୍ଡର ଦାମ, ଜାଣନ୍ତୁ କେଉଁ ସହରରେ କେତେ କମିଲା…

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ହୋଟେଲ, ରେଷ୍ଟୁରାଷ୍ଟ ଏବଂ ଅନ୍ୟାନ୍ୟ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡରର ମୂଲ୍ୟ…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri