Posted inଜାତୀୟ

ଅରୁଣାଚଳ ପ୍ରଦେଶରେ ନିର୍ବାଚନ ଲଢ଼ିବ ଏଏପି…

ଇଟାନଗର,୨।୭ : ଆମ ଆଦମୀ ପାର୍ଟି (ଏଏପି) ଆଉ ଏକ ବଡ଼ ଘୋଷଣା କରିଛି। ଦେଶର ରାଜଧାନୀ ଦିଲ୍ଲୀ ଏବଂ ପଞ୍ଜାବରେ କ୍ଷମତାକୁ ଆସିବାର କିଛି ଦିନ ପରେ ଏଏପିକୁ ଏକ ଜାତୀୟ ଦଳର ମାନ୍ୟତା ଦିଆଯାଇଥିଲା। ଏଏପି ବର୍ତ୍ତମାନ ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ସମସ୍ତ ଆସନରେ ପ୍ରାର୍ଥୀ ଦେବାକୁ ଇଚ୍ଛା ପ୍ରକାଶ କରିଛି।

ଉତ୍ତର-ପୂର୍ବ ରାଜ୍ୟ ଅରୁଣାଚଳ ପ୍ରଦେଶରେ ବିଧାନସଭାରେ ମୋଟ ୬୦ଟି ଆସନ ଅଛି। ଆସନ୍ତା ବର୍ଷ ଦଳ ସମସ୍ତ ବିଧାନସଭା ଆସନ ଏବଂ ଦୁଇଟି ଲୋକସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ ବୋଲି ଏଏପିର ରାଜ୍ୟ ୟୁନିଟ ସାଧାରଣ ସଚିବ ଟୋକୋ ନିକାମ ସୂଚନା ଦେଇଛନ୍ତି। ଏହା ସହିତ ସେ କହିଛନ୍ତି ସରକାର ଗଠନ ହେବା ପରେ ରାଜ୍ୟବାସୀଙ୍କୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ମେଡ଼ିକାଲ ସୁବିଧା, ପାନୀୟ ଜଳ, ବିଦ୍ୟୁତ ଏବଂ ବିଶ୍ୱ ସ୍ତରୀୟ ଶିକ୍ଷା ଯୋଗାଇ ଦିଆଯିବ ।

ଏଏପି ପ୍ରତିଶ୍ରୁତି ଦେଇଛି ଦଳ କ୍ଷମତାକୁ ଆସିଲେ ଅରୁଣାଚଳ ପ୍ରଦେଶ ବେଆଇନ କାର୍ଯ୍ୟକଳାପ (ପ୍ରତିରୋଧ) ଅଧିନିୟମ ୨୦୧୪ ଏବଂ ଅରୁଣାଚଳ ପ୍ରଦେଶ ଫ୍ରିଡମ ଅଫ ରିଲିଜିଅନ ୧୯୭୮ ରଦ୍ଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri