Posted inଜାତୀୟ

ଭାଜପାକୁ କେଜ୍‌ରିଓ୍ବାଲ୍‌ଙ୍କ ଖୋଲା ଚ୍ୟାଲେଞ୍ଜ୍‌: ଯଦି ଜିତିବ ତେବେ ଏଏପି ରାଜନୀତି ଛାଡି ଦେବ

ନୂଆଦିଲ୍ଲୀ,୨୩।୩: ଦିଲ୍ଲୀ ମ୍ୟୁନିସିପାଲିଟି ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଭାଜପାକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଦିଲ୍ଲୀ ମ୍ୟୁନିସିପାଲିଟି ନିର୍ବାଚନକୁ ସ୍ଥଗିତ ରଖିଥିବାରୁ ଅସନ୍ତୋଷ ପ୍ରକାଶ କେଜ୍‌ରିୱାଲ କହିଛନ୍ତି, ଭାଜପାର ଯଦି ସାହସ ଅଛି, ତେବେ ଏମସିଡି ନିର୍ବାଚନକୁ ଠିକ ସମୟରେ କରି ଜିତନ୍ତୁ, ଏଏପି ରାଜନୀତି ଛାଡିଦେବ। ଭାଜପା ନିଜକୁ ଦୁନିଆର ସବୁଠୁ ବଡ ଦଳ ବୋଲି କହିଥାଏ। କିନ୍ତୁ ଭାଜପା ଦିଲ୍ଲୀର ଏକ ଛୋଟ ଦଳ ଏବଂ ଛୋଟ ନିର୍ବାଚନକୁ ଡରି ଯାଇଛି। ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେସନ ନିର୍ବାଚନକୁ ସ୍ଥଗିତ ରଖିବା ବ୍ରିଟିଶମାନଙ୍କୁ ଦେଶରୁ ବାହାର କରି ଦେଶରେ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ବଳିଦାନ ଦେଇଥିବା ଶହୀଦଙ୍କ ପ୍ରତି ଅପମାନ। ପରାଜୟର ଭୟ ହେତୁ ଆଜି ସେମାନେ ନିର୍ବାଚନକୁ ସ୍ଥଗିତ ରଖିଛନ୍ତି, ଆସନ୍ତାକାଲି ସେମାନେ ରାଜ୍ୟ ତଥା ଦେଶର ନିର୍ବାଚନକୁ ସ୍ଥଗିତ ରଖିବେ ବୋଲି କେଜ୍‌ରିଓ୍ବାଲ ଆଶଙ୍କା ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ର କ୍ୟାବିନେଟ ଦିଲ୍ଲୀର ୩ ନଗର ନିଗମର ମିଶ୍ରଣ କରିଛନ୍ତି। ଏଣିକି ଦିଲ୍ଲୀରେ କେବଳ ଗୋଟିଏ ନଗର ନିଗମ ରହିବ। ଏ ସଂକ୍ରାନ୍ତ ବିଲ ସଂସଦରେ ଉପସ୍ଥାପନ ହେବ ବୋଲି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କାରଣରୁ ଦିଲ୍ଲୀ ମ୍ୟୁନିସିପାଲିଟି ନିର୍ବାଚନ ସ୍ଥଗିତ ରହିଛି। କେନ୍ଦ୍ର ସରକାରଙ୍କ ଏପରି ନିଷ୍ପତ୍ତିକୁ କେଜ୍‌ରିୱାଲ ନାପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri