Posted inଜାତୀୟ

ଭାଜପାକୁ କେଜ୍‌ରିଓ୍ବାଲ୍‌ଙ୍କ ଖୋଲା ଚ୍ୟାଲେଞ୍ଜ୍‌: ଯଦି ଜିତିବ ତେବେ ଏଏପି ରାଜନୀତି ଛାଡି ଦେବ

ନୂଆଦିଲ୍ଲୀ,୨୩।୩: ଦିଲ୍ଲୀ ମ୍ୟୁନିସିପାଲିଟି ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଭାଜପାକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଦିଲ୍ଲୀ ମ୍ୟୁନିସିପାଲିଟି ନିର୍ବାଚନକୁ ସ୍ଥଗିତ ରଖିଥିବାରୁ ଅସନ୍ତୋଷ ପ୍ରକାଶ କେଜ୍‌ରିୱାଲ କହିଛନ୍ତି, ଭାଜପାର ଯଦି ସାହସ ଅଛି, ତେବେ ଏମସିଡି ନିର୍ବାଚନକୁ ଠିକ ସମୟରେ କରି ଜିତନ୍ତୁ, ଏଏପି ରାଜନୀତି ଛାଡିଦେବ। ଭାଜପା ନିଜକୁ ଦୁନିଆର ସବୁଠୁ ବଡ ଦଳ ବୋଲି କହିଥାଏ। କିନ୍ତୁ ଭାଜପା ଦିଲ୍ଲୀର ଏକ ଛୋଟ ଦଳ ଏବଂ ଛୋଟ ନିର୍ବାଚନକୁ ଡରି ଯାଇଛି। ଦିଲ୍ଲୀ ମ୍ୟୁନିସିପାଲିଟି କର୍ପୋରେସନ ନିର୍ବାଚନକୁ ସ୍ଥଗିତ ରଖିବା ବ୍ରିଟିଶମାନଙ୍କୁ ଦେଶରୁ ବାହାର କରି ଦେଶରେ ଗଣତନ୍ତ୍ର ପ୍ରତିଷ୍ଠା ପାଇଁ ବଳିଦାନ ଦେଇଥିବା ଶହୀଦଙ୍କ ପ୍ରତି ଅପମାନ। ପରାଜୟର ଭୟ ହେତୁ ଆଜି ସେମାନେ ନିର୍ବାଚନକୁ ସ୍ଥଗିତ ରଖିଛନ୍ତି, ଆସନ୍ତାକାଲି ସେମାନେ ରାଜ୍ୟ ତଥା ଦେଶର ନିର୍ବାଚନକୁ ସ୍ଥଗିତ ରଖିବେ ବୋଲି କେଜ୍‌ରିଓ୍ବାଲ ଆଶଙ୍କା ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ର କ୍ୟାବିନେଟ ଦିଲ୍ଲୀର ୩ ନଗର ନିଗମର ମିଶ୍ରଣ କରିଛନ୍ତି। ଏଣିକି ଦିଲ୍ଲୀରେ କେବଳ ଗୋଟିଏ ନଗର ନିଗମ ରହିବ। ଏ ସଂକ୍ରାନ୍ତ ବିଲ ସଂସଦରେ ଉପସ୍ଥାପନ ହେବ ବୋଲି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କାରଣରୁ ଦିଲ୍ଲୀ ମ୍ୟୁନିସିପାଲିଟି ନିର୍ବାଚନ ସ୍ଥଗିତ ରହିଛି। କେନ୍ଦ୍ର ସରକାରଙ୍କ ଏପରି ନିଷ୍ପତ୍ତିକୁ କେଜ୍‌ରିୱାଲ ନାପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri