Posted inଜାତୀୟ

ଅପରେଶନ୍‌ ଲୋଟସ୍‌ ଦାବି ମଧ୍ୟରେ ଆସ୍ଥା ପ୍ରସ୍ତାବ ଆଣିବେ ମାନ ସରକାର

ଚଣ୍ଡିଗଡ଼,୧୯।୯: ପଞ୍ଜାବରେ ସରକାର ଭାଙ୍ଗିବା ପାଇଁ ଭାଜପା ପକ୍ଷରୁ ‘ଅପରେଶନ ଲୋଟସ୍‌’ ଅଭିଯାନ ଚାଲିଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଅଭିଯୋଗ କରିଛି। ଏଏପିର ୧୦ଜଣ ବିଧାୟକଙ୍କୁ ଭାଜପା କିଣିନେବା ପାଇଁ ୨୫ କୋଟି ଲେଖାଏ ଟଙ୍କା ଯାଚିଥିବା ଅଭିଯୋଗ ହୋଇଥିଲା। ତେବେ ଦାବି ମଧ୍ୟରେ ସୋମବାର ରାଜ୍ୟର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଏକ ବଡ଼ ଘୋଷଣା କରିଛନ୍ତି। ବିଧାନସଭାରେ ସରକାରର ସଂଖ୍ୟାଗରିଷ୍ଠତା ପ୍ରମାଣ ଦେବାଲାଗି ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ସେପ୍ଟେମ୍ବର ୨୨କୁ ଏକ ସ୍ବତନ୍ତ୍ର ଅଧିବେଶନ ଡାକିଛନ୍ତି। ଗୁରୁବାର ଆସ୍ଥା ପ୍ରସ୍ତାବ ଉପସ୍ଥାପନ ପାଇଁ ପଞ୍ଜାବ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡ଼କାଯାଇଛି। ଜନସାଧାରଣଙ୍କ ବିଶ୍ୱାସକୁ ବିଶ୍ୱର କୌଣସି ମୁଦ୍ରାରେ ମୂଲ୍ୟାୟନ କରାଯାଇପାରିବ ନାହିଁ। ସରକାରଙ୍କ ପଛରେ ସଂଖ୍ୟାଗରିଷ୍ଠତା ରହିଛି କି ନାହିଁ, ତାହାର ପ୍ରମାଣ ଦେବା ନିମନ୍ତେ ଏହି ସ୍ବତନ୍ତ୍ର ଅଧିବେଶନ ଡକାଯାଇଥିବା ମାନ୍‌ ଟୁଇଟ୍‌ କରିଛନ୍ତି। ସୂଚନାଯୋଗ୍ୟ, ଭାଜପା ପକ୍ଷରୁ ଶାସକ ବିଧାୟକଙ୍କୁ କିଣିବା ଲାଗି ଉଦ୍ୟମ ଚାଲିଥିବା ଏଏପି ରାଜ୍ୟ ପୋଲିସ ଡିଜିଙ୍କ ନିକଟରେ ଅଭିଯୋଗ କରିଥିଲା। ଏହି ଅଭିଯୋଗ ଆଧାରରେ ଗତ ୧୪ ତାରିଖରେ ପଞ୍ଜାବ ପୋଲିସ ଏକ ମାମଲା ରୁଜୁ କରିଥିଲା। ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ରାଜ୍ୟ ଅର୍ଥମନ୍ତ୍ରୀ ହରପାଲ ସିଂ ଚିମା ଏବଂ ବିଧାୟକମାନେ ଡିଜିପିଙ୍କ ନିକଟରେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri