Posted inଜାତୀୟ

ଅପରେଶନ୍‌ ଲୋଟସ୍‌ ଦାବି ମଧ୍ୟରେ ଆସ୍ଥା ପ୍ରସ୍ତାବ ଆଣିବେ ମାନ ସରକାର

ଚଣ୍ଡିଗଡ଼,୧୯।୯: ପଞ୍ଜାବରେ ସରକାର ଭାଙ୍ଗିବା ପାଇଁ ଭାଜପା ପକ୍ଷରୁ ‘ଅପରେଶନ ଲୋଟସ୍‌’ ଅଭିଯାନ ଚାଲିଥିବା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଅଭିଯୋଗ କରିଛି। ଏଏପିର ୧୦ଜଣ ବିଧାୟକଙ୍କୁ ଭାଜପା କିଣିନେବା ପାଇଁ ୨୫ କୋଟି ଲେଖାଏ ଟଙ୍କା ଯାଚିଥିବା ଅଭିଯୋଗ ହୋଇଥିଲା। ତେବେ ଦାବି ମଧ୍ୟରେ ସୋମବାର ରାଜ୍ୟର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଏକ ବଡ଼ ଘୋଷଣା କରିଛନ୍ତି। ବିଧାନସଭାରେ ସରକାରର ସଂଖ୍ୟାଗରିଷ୍ଠତା ପ୍ରମାଣ ଦେବାଲାଗି ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ସେପ୍ଟେମ୍ବର ୨୨କୁ ଏକ ସ୍ବତନ୍ତ୍ର ଅଧିବେଶନ ଡାକିଛନ୍ତି। ଗୁରୁବାର ଆସ୍ଥା ପ୍ରସ୍ତାବ ଉପସ୍ଥାପନ ପାଇଁ ପଞ୍ଜାବ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡ଼କାଯାଇଛି। ଜନସାଧାରଣଙ୍କ ବିଶ୍ୱାସକୁ ବିଶ୍ୱର କୌଣସି ମୁଦ୍ରାରେ ମୂଲ୍ୟାୟନ କରାଯାଇପାରିବ ନାହିଁ। ସରକାରଙ୍କ ପଛରେ ସଂଖ୍ୟାଗରିଷ୍ଠତା ରହିଛି କି ନାହିଁ, ତାହାର ପ୍ରମାଣ ଦେବା ନିମନ୍ତେ ଏହି ସ୍ବତନ୍ତ୍ର ଅଧିବେଶନ ଡକାଯାଇଥିବା ମାନ୍‌ ଟୁଇଟ୍‌ କରିଛନ୍ତି। ସୂଚନାଯୋଗ୍ୟ, ଭାଜପା ପକ୍ଷରୁ ଶାସକ ବିଧାୟକଙ୍କୁ କିଣିବା ଲାଗି ଉଦ୍ୟମ ଚାଲିଥିବା ଏଏପି ରାଜ୍ୟ ପୋଲିସ ଡିଜିଙ୍କ ନିକଟରେ ଅଭିଯୋଗ କରିଥିଲା। ଏହି ଅଭିଯୋଗ ଆଧାରରେ ଗତ ୧୪ ତାରିଖରେ ପଞ୍ଜାବ ପୋଲିସ ଏକ ମାମଲା ରୁଜୁ କରିଥିଲା। ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ରାଜ୍ୟ ଅର୍ଥମନ୍ତ୍ରୀ ହରପାଲ ସିଂ ଚିମା ଏବଂ ବିଧାୟକମାନେ ଡିଜିପିଙ୍କ ନିକଟରେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri