Posted inଜାତୀୟ

ଏଏପିର ଘୋଷଣା: ମଧ୍ୟପ୍ରଦେଶରେ ୨୩୦ ଆସନରେ ଲଢ଼ିବ ନିର୍ବାଚନ…

ଭୋପାଳ,୨୪।୭ : ଆମ ଆଦମୀ ପାର୍ଟି (ଏଏପି)ର ମଧ୍ୟପ୍ରଦେଶ ୟୁନିଟ କହିଛି ଚଳିତ ବର୍ଷ ଶେଷ ହେବାକୁ ଥିବା ରାଜ୍ୟ ବିଧାନସଭା ନିର୍ବାଚନରେ ଦଳ ସମସ୍ତ ୨୩୦ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ ଏବଂ ଖୁବ ଶୀଘ୍ର ପ୍ରାର୍ଥୀ ତାଲିକା ପ୍ରକାଶ କରିବ। ଭୋପାଳରେ ଗଣମାଧ୍ୟମକୁ ଏଏପିର ମଧ୍ୟପ୍ରଦେଶର ଦାୟିତ୍ୱରେ ଥିବା ବିଏସ ଜୋନ କହିଛନ୍ତି ମଧ୍ୟପ୍ରଦେଶରେ ନିର୍ବାଚନ ପାଇଁ ଏଏପି ବ୍ୟସ୍ତ ଅଛି। ଆମେ ରାଜ୍ୟର ସମସ୍ତ ୨୩୦ ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବୁ ଏବଂ ଜିତିବୁ।

ପ୍ରାର୍ଥୀ ଚୟନ ପ୍ରକ୍ରିୟା ଚାଲିଛି। ଖୁବ ଶୀଘ୍ର ପ୍ରାର୍ଥୀଙ୍କ ନାମ ତାଲିକା ମଧ୍ୟ ପ୍ରକାଶ ପାଇବ। ପ୍ରାର୍ଥୀ ଚୟନରେ ଟିକେଟ ଚୟନ ପାଇଁ କେବଳ ସର୍ଭେ ହେବ। ସେ କହିଛନ୍ତି ମଧ୍ୟପ୍ରଦେଶର ପ୍ରତ୍ୟେକ ଜିଲାରେ ଆମେ ପାରିବର୍ତ୍ତନନ ଯାତ୍ରା କରୁଛୁ ଯାହା ଅଗଷ୍ଟ ୪ରେ ଶେଷ ହେବ। ମଧ୍ୟପ୍ରଦେଶରେ ଲୋକମାନେ ଭାଜପା ଏବଂ କଂଗ୍ରେସ ପାଇଁ ଏକ ବିକଳ୍ପ ଚାହୁଁଛନ୍ତି । ଲୋକେ ଏଏପିକୁ ଏକ ବିକଳ୍ପ ଭାବରେ ଦେଖୁଛନ୍ତି। ମଧ୍ୟପ୍ରଦେଶରେ ଆମେ ବିଦ୍ୟୁତ, ଜଳ, ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଦୁର୍ନୀତି ପ୍ରସଙ୍ଗରେ ନିର୍ବାଚନ ଲଢ଼ିବୁ।

ରାଜ୍ୟରେ ଚାରିଆଡେ ଅରାଜକତା ବ୍ୟାପିଛି। ରାଜ୍ୟରେ ପ୍ରତିଦିନ ଦୁର୍ନୀତିର ନୂଆ ମାମଲା ସାମ୍ନାକୁ ଆସୁଛି। ପିଲାମାନଙ୍କ ପୋଷାକରେ ଦୁର୍ନୀତି, ପୁଷ୍ଟିକର ଖାଦ୍ୟରେ ଦୁର୍ନୀତି, ମହାକାଳ ପବ୍ଲିକ ୱାର୍କ୍ସରେ ଦୁର୍ନୀତି, ପଟୱାରୀ ନିଯୁକ୍ତି ପରୀକ୍ଷାରେ ଦୁର୍ନୀତି। ମଧ୍ୟପ୍ରଦେଶ ଭାଜପା ଶାସନ ଏକ ଦୁର୍ନୀତିରେ ପରିଣତ ହୋଇଛି। ମଧ୍ୟପ୍ରଦେଶରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ଭଙ୍ଗ ହୋଇଛି। ଅଧିକାରୀ ଏବଂ ପ୍ରଶାସନିକ ବ୍ୟବସ୍ଥା ଉପରେ ସରକାରଙ୍କ ନିୟନ୍ତ୍ରଣ ସମାପ୍ତ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri