Posted inଜାତୀୟ

ଏଏପିର ରାଜଯୋଗ ଏବେ ରାଜରୋଗ ପାଲଟିଛି: ଭାଜପା…

ନୂଆଦିଲ୍ଲୀ,୨୭।୪ : ମୁଖ୍ୟମନ୍ତ୍ରୀଙ୍କ ବାସଭବନର ସୌନ୍ଦର୍ଯ୍ୟକରଣକୁ ନେଇ ଦିଲ୍ଲୀରେ ରାଜନୈତିକ ବିବାଦ ଜାରି ରହିଛି। ଗୁରୁବାର ଭାରତୀୟ ଜନତା ପାର୍ଟିର ରାଜ୍ୟସଭା ଏମପି ତଥା ମୁଖପାତ୍ର ସୁଧାଶୁଂ ତ୍ରିବେଦୀ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି କୁ କଡ଼ା ସମାଲୋଚନା କରିଛନ୍ତି। ସେ ଖବରଦାତାଙ୍କୁ କହିଛନ୍ତି , ଲୋକେ କୁହନ୍ତି, ଯେତେବେଳେ ରାଜଯୋଗ ଆସେ, ପ୍ରାୟତଃ ଏହା ସହିତ ରାଜରୋଗ ଆସିଥାଏ। କିନ୍ତୁ ଆମ ଆଦମୀ ପାର୍ଟି ପ୍ରସଙ୍ଗରେ ଏହି ରାଜରୋଗ ଏତେ ସଂକ୍ରାମକ ହୋଇଯିବ, ଏହା ଦିଲ୍ଲୀର ସାଧାରଣ ଲୋକଙ୍କ ଚିନ୍ତାଶକ୍ତିର ବାହାରେ ଥିଲା ।

ଆଜି ଏହି ରାଜ ରୋଗ ତାଙ୍କ ସରକାର, ଦଳ ଏବଂ ସଂଗଠନ ମାଧ୍ୟମରେ ନିଜ ଘରେ ପହଞ୍ଚିଛି। ଆଜି ଦିଲ୍ଲୀବାସୀ ଚକିତ ହୋଇଯାଇଛନ୍ତି। ଏହା ଆମ ଆଦମୀ ପାର୍ଟିର ଦୁର୍ନୀତିର ପର୍ଦ୍ଦାଫାଶ କରିଛି। ଦୁର୍ନୀତି ଲୁଚାଇବା ଲକ୍ଷ ଲକ୍ଷ ଟଙ୍କା ମୂଲ୍ୟର ପରଦା ଘରେ ବ୍ୟବହୃତ ହେଉଥିଲ। ଏହା କେଇଁ ର୍ଦୁନୀତି ଥିଲା ? ଦିଲ୍ଲୀର ଲୋକମାନେ ସେମାନଙ୍କର ଦାବି ବଉପରେ ବିଶ୍ୱାସ କରୁଥିଲେ। କିନ୍ତୁ ଆଜି ଦିଲ୍ଲୀର ଲୋକମାନେ ପ୍ରତାରିତ ହୋଇଥିବା ଅନୁଭବ କରୁଛନ୍ତି।

ଆମ ଆଦମୀ ପାର୍ଟି ସମସ୍ତ ସୀମା ଅତିକ୍ରମ କରିଛି। କୋଟି କୋଟି ଟଙ୍କା ନେଇ ପରାମର୍ଶଦାତା ନିଯୁକ୍ତ କଲେ। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ପାଇଁ ପ୍ରାସାଦର ନବୀକରଣ ପାଇଁ ୯ କୋଟି ୯୯ ଲକ୍ଷ ଟଙ୍କା ଖର୍ଚ୍ଚ କରିବା ଅତ୍ୟନ୍ତ ଲଜ୍ଜାଜନକ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri