Posted inଜାତୀୟ

ଏଏପି ଏମ୍‌ପି ସଞ୍ଜୟ ସିଂ ଗିରଫ

ନୂଆଦିଲ୍ଲୀ,୪।୧୦: ଆମ ଆଦମୀ ପାର୍ଟି (ଏଏପି) ଏମ୍‌ପି ସଞ୍ଜୟ ସିଂଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଇଡି ଆଜି ସକାଳେ ଚଢାଉ ଆରମ୍ଭ କରିଥିଲା। ଦୀର୍ଘ ୧୦ ଘଣ୍ଟା ପଚରାଉଚରା ପରେ ତାଙ୍କୁ ଇଡି ଗିରଫ କରିଥିଲା।
ଇଡି ପୂର୍ବରୁ ତାଙ୍କ କର୍ମଚାରୀ ଏବଂ ଏହି ମାମଲାରେ ତାଙ୍କ ସହ ଜଡିତ ଅନ୍ୟ ଲୋକଙ୍କୁ ପଚରାଉଚରା କରିଥିଲା। ସଞ୍ଜୟ ସିଂଙ୍କ ଗିରଫଦାରୀ ବିରୋଧରେ ଆମ ଆଦମୀ ପାର୍ଟି (ଏଏପି) ବିରୋଧ କରୁଛି। ସୂଚନାନୁସାରେ, କେନ୍ଦ୍ରୀୟ ଏଜେନ୍ସି ସଞ୍ଜୟ ସିଂଙ୍କୁ ଗୁରୁବାର କୋର୍ଟରେ ଉପସ୍ଥାପନ କରିବ।
ଇଡି ଏହାର ଚାର୍ଜସିଟରେ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଅଭିଯୁକ୍ତ ଭାବେ ନାମିତ ହୋଇଥିବା ଦିଲ୍ଲୀ ବ୍ୟବସାୟୀ ଦୀନେଶ ଆରୋରାଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି। ଦୀନେଶ ଆରୋରା ସରକାରୀ ସାକ୍ଷୀ ହେବାକୁ ରାଜି ହୋଇଛନ୍ତି। ଅଭିଯୋଗ ହୋଇଛି ଯେ, ଆରୋରା ସଞ୍ଜୟ ସିଂଙ୍କ ଉପସ୍ଥିତିରେ ତାଙ୍କ ବାସଭବନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସହ ଏକ ବୈଠକ କରିଥିଲେ। ଏକ କାର୍ଯ୍ୟକ୍ରମ ସମୟରେ ସେ ସଞ୍ଜୟ ସିଂଙ୍କୁ ଭେଟିଥିଲେ ବୋଲି ଆରୋରା କହିଛନ୍ତି। ସଞ୍ଜୟ ସିଂଙ୍କୁ ଭେଟିବା ପରେ ସେ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ସହ ମଧ୍ୟ ଯୋଗାଯୋଗ କରିଥିଲେ। ଦିଲ୍ଲୀ ନିର୍ବାଚନ ପୂର୍ବରୁ ପାଣ୍ଠି ସଂଗ୍ରହ ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ…

‘ସୂର୍ଯ୍ୟବଂଶୀଙ୍କ ଉପରେ ଖୁବ ଶୀଘ୍ର ବଢ଼ିବ ଚାପ, ତେଣୁ ଏବେ…’: ଭାଇରାଲ ହେଉଛି ଅଶ୍ୱିନଙ୍କ ବିଶେଷ ଉପଦେଶ

ନୂଆଦିଲ୍ଲୀ,୨୬।୬: ପୂର୍ବତନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀଙ୍କୁ ମୂଲ୍ୟବାନ ପରାମର୍ଶ ଦେଇ କହିଛନ୍ତି ଯେ ଏହି ପର୍ଯ୍ୟାୟରେ ସେ କୌଣସି ଚାପ…

ମୋତେ ମଦ ଦିଅ…ଜେଲ୍‌ରେ ଥାଇ ପୋଲିସ ଆଗରେ ଏମିତି ଡିମାଣ୍ଡ କଲେ ସିୟା

ପୁଣେ,୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁକୁ ନେଇ ଥମୁନି ଚର୍ଚ୍ଚା। ଏହି ଘଟଣାରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି। ସିୟା…

ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ମ୍ୟାଚ ପୂର୍ବରୁ, ଆୟର୍ଲାଣ୍ଡ ଖେଳାଳି ଦେଲେ ବଡ଼ ବୟାନ କହିଲେ -‘ସେ ୧୫ ବର୍ଷ ବୟସର ଆଉ…’

ନୂଆଦିଲ୍ଲୀ,୨୬।୬: ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଆଜି, ଅର୍ଥାତ ଶୁକ୍ରବାର ଜୁନ ୨୬ରେ ଅନୁଷ୍ଠିତ ହେବ। ଏହି ମ୍ୟାଚରେ ୧୫ ବର୍ଷୀୟ ବୈଭବ…

ବଲିଉଡ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କଲେ ଶାହରୁଖ

ବଲିଉଡର କିଙ୍ଗ୍‌ ଶାହରୁଖ ଖାନ ଇଣ୍ଡଷ୍ଟ୍ରିରେ ୩୪ ବର୍ଷ ପୂରଣ କରିଛନ୍ତି। ଏହି କୃତିତ୍ୱ ପାଇଁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ। ୨୫ ଜୁନ ୧୯୯୨ରେ ବଲିଉଡର…

ଅତିରିକ୍ତ ତହସିଲଦାରଙ୍କୁ ଆକ୍ରମଣ ଉଦ୍ୟମ

ରାଜନଗର,୨୬ା୬(ଭାସ୍କର ରାଉତରାୟ): ସମଗ୍ର ରାଜ୍ୟରେ କେଉଁଠି କେଉଁଠି ବେଆଇନ ବାଲି ଚାଲାଣକୁ ନେଇ ପୋଲିସ ପ୍ରଶାସନଙ୍କ ସହିତ ମାଫିଆଙ୍କର ମୁକାବିଲା ଏପରକି ଆକ୍ରମଣ ଭଳି ଅନେକ ଘଟଣା…

୩୦ ବର୍ଷ ସଂଘ ପରେ ୬୩ ପରିବାରକୁ ମିଳିଲା ଜଙ୍ଗଲ ଜମି ପଟ୍ଟା

ଥୁଆମୂଳ ରାମପୁର,୨୬ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ପଞ୍ଚାୟତର ଅଣ-ସର୍ଭେ ଗ୍ରାମ ସେମେଲପଦରର ୬୩ଟି ବନବାସୀ ପରିବାରକୁ ବହୁ ପ୍ରତୀକ୍ଷିତ ବ୍ୟକ୍ତିଗତ ଜଙ୍ଗଲ…

ରାମ ମନ୍ଦିର ଟ୍ରଷ୍ଟିରେ ବଡ଼ ହଲଚଲ: ମହାସଚିବଙ୍କ ସମେତ ୨ଜଣଙ୍କ ଇସ୍ତଫା

ଲକ୍ଷ୍ନୌ,୨୬।୬: ରାମ ମନ୍ଦିର ଦାନ ଚୋରି ମାମଲାର SIT ତଦନ୍ତ ପରେ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri