ଫାଇନାଲରେ ପହଞ୍ଚିଲେ ଆରାଧ୍ୟା

କୋରାପୁଟ,୧୮ା୨(ଅମିତାଭ ବେହେରା): ରିୟଲ୍‌ଟି ଶୋ ଟିକେ ଡ୍ୟାନ୍ସ ଟିକେ ଆକ୍ଟିଂର ଫାଇନାଲରେ କୋରାପୁଟ ଝିଅ ଆରାଧ୍ୟା ନାୟକ ପହଞ୍ଚତ୍ଛନ୍ତି। ମାତ୍ର ୮ ବର୍ଷ ବୟସର ଆରାଧ୍ୟାଙ୍କ ଉଚ୍ଚକୋଟୀର ଅଭିନୟ ତାଙ୍କୁ ଏହି ସଫଳତା ଦେଇଛି। ଜିଲା ପାଇଁ ସେ ଗୌରବ ଆଣିଛନ୍ତି। ରବିବାର କୋରାପୁଟ ପ୍ରେସ କ୍ଲବଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ତାଙ୍କ ବାପା ମେଡିକାଲ କଲେଜର ଆସିଷ୍ଟାଣ୍ଟ ପ୍ରଫେସର ଗୋପାଳ କୃଷ୍ଣ ନାୟକ ଏହି ସୂଚନା ଦେଇଛନ୍ତି।

କୋରାପୁଟ କେନ୍ଦ୍ରୀୟ ବିଦ୍ୟାଳୟରେ ତୃତୀୟ ଶ୍ରେଣୀରେ ପଢୁଥିବା ଆରାଧ୍ୟା ଉଭୟ ଡ୍ୟାନ୍ସ ଓ ଆକ୍ଟିଂରେ ନିଖୁଣ ନୃତ୍ୟ ଓ ଅଭିନୟ କରି ଦର୍ଶକଙ୍କ ମନ ଜିଣୁଛନ୍ତି। ତାଙ୍କ ଘର କୋରାପୁଟ ଜିଲା କାକିରିଗୁମ୍ମା ହୋଇଥିବାବେଳେ ତାଙ୍କ ବାପା ଚାକିରି କରିଥିବାରୁ ସପରିବାର କୋରାପୁଟରେ ରହୁଛନ୍ତି। ଛୋଟ ବେଳୁ ତାଙ୍କର ଅଭିନୟ ଓ ନୃତ୍ୟ ପ୍ରତି ଦୁର୍ବଳତା ରହିଛି। ନିଜ ପ୍ରତିଭା ପ୍ରଦର୍ଶନ କରି ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଅନୁଷ୍ଠାନରୁ ପୁରସ୍କୃତ ହୋଇଛନ୍ତି ଆରାଧ୍ୟା। ଏକ ଘରୋଇ ଟିଭି ଚ୍ୟାନେଲର ରିୟଲ୍‌ଟି ଶୋ ଟିକେ ଡ୍ୟାନ୍ସ ଟିକେ ଆକ୍ଟିଂର ଜୟପୁରଠାରେ ହୋଇଥିବା ପ୍ରଥମ ଅଡିଶନ ଓ ପରେ କଟକଠାରେ ହୋଇଥିବା ଅଡିଶନରେ ସେ ସଫଳତା ପାଇବା ପରେ ରାଜ୍ୟସ୍ତରୀୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ା ଏବେ ସେ ଏହି ଶୋ’ର ଫାଇନାଲରେ ପହଞ୍ଚିଛନ୍ତି। ଫାଇନାଲରେ ୯ ଜଣ ପ୍ରତିଯୋଗୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri