ଫାଇନାଲରେ ପହଞ୍ଚିଲେ ଆରାଧ୍ୟା

କୋରାପୁଟ,୧୮ା୨(ଅମିତାଭ ବେହେରା): ରିୟଲ୍‌ଟି ଶୋ ଟିକେ ଡ୍ୟାନ୍ସ ଟିକେ ଆକ୍ଟିଂର ଫାଇନାଲରେ କୋରାପୁଟ ଝିଅ ଆରାଧ୍ୟା ନାୟକ ପହଞ୍ଚତ୍ଛନ୍ତି। ମାତ୍ର ୮ ବର୍ଷ ବୟସର ଆରାଧ୍ୟାଙ୍କ ଉଚ୍ଚକୋଟୀର ଅଭିନୟ ତାଙ୍କୁ ଏହି ସଫଳତା ଦେଇଛି। ଜିଲା ପାଇଁ ସେ ଗୌରବ ଆଣିଛନ୍ତି। ରବିବାର କୋରାପୁଟ ପ୍ରେସ କ୍ଲବଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ତାଙ୍କ ବାପା ମେଡିକାଲ କଲେଜର ଆସିଷ୍ଟାଣ୍ଟ ପ୍ରଫେସର ଗୋପାଳ କୃଷ୍ଣ ନାୟକ ଏହି ସୂଚନା ଦେଇଛନ୍ତି।

କୋରାପୁଟ କେନ୍ଦ୍ରୀୟ ବିଦ୍ୟାଳୟରେ ତୃତୀୟ ଶ୍ରେଣୀରେ ପଢୁଥିବା ଆରାଧ୍ୟା ଉଭୟ ଡ୍ୟାନ୍ସ ଓ ଆକ୍ଟିଂରେ ନିଖୁଣ ନୃତ୍ୟ ଓ ଅଭିନୟ କରି ଦର୍ଶକଙ୍କ ମନ ଜିଣୁଛନ୍ତି। ତାଙ୍କ ଘର କୋରାପୁଟ ଜିଲା କାକିରିଗୁମ୍ମା ହୋଇଥିବାବେଳେ ତାଙ୍କ ବାପା ଚାକିରି କରିଥିବାରୁ ସପରିବାର କୋରାପୁଟରେ ରହୁଛନ୍ତି। ଛୋଟ ବେଳୁ ତାଙ୍କର ଅଭିନୟ ଓ ନୃତ୍ୟ ପ୍ରତି ଦୁର୍ବଳତା ରହିଛି। ନିଜ ପ୍ରତିଭା ପ୍ରଦର୍ଶନ କରି ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଅନୁଷ୍ଠାନରୁ ପୁରସ୍କୃତ ହୋଇଛନ୍ତି ଆରାଧ୍ୟା। ଏକ ଘରୋଇ ଟିଭି ଚ୍ୟାନେଲର ରିୟଲ୍‌ଟି ଶୋ ଟିକେ ଡ୍ୟାନ୍ସ ଟିକେ ଆକ୍ଟିଂର ଜୟପୁରଠାରେ ହୋଇଥିବା ପ୍ରଥମ ଅଡିଶନ ଓ ପରେ କଟକଠାରେ ହୋଇଥିବା ଅଡିଶନରେ ସେ ସଫଳତା ପାଇବା ପରେ ରାଜ୍ୟସ୍ତରୀୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ା ଏବେ ସେ ଏହି ଶୋ’ର ଫାଇନାଲରେ ପହଞ୍ଚିଛନ୍ତି। ଫାଇନାଲରେ ୯ ଜଣ ପ୍ରତିଯୋଗୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

ମହେନ୍ଦ୍ରତନୟାରେ ବୁଡ଼ି ଚାଲିଗଲା ଜୀବନ, ଶବାଗାରର ଅଚଳ ଆଇସ୍ ବକ୍ସକୁ ନେଇ ପ୍ରବଳ ଅସନ୍ତୋଷ

ପାରଳାଖେମୁଣ୍ଡି,  ୧୬।୬(ଗିରିଧାରୀ ପରିଛା): ଗଜପତି ଜିଲା କେରାଣ୍ଡି ଗ୍ରାମର ମହେନ୍ଦ୍ରତନୟା ନଦୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି କେରାଣ୍ଡି ଗ୍ରାମର ସୁବାସ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri