Posted inଖେଳ

ଗୁପଟିଲ, ରୋହିତଙ୍କ କ୍ଲବରେ ଅଷ୍ଟ୍ରେଲିଆର ଅଧିନାୟକ

ଓ୍ବେଲିଂଟନ,୫।୩ : ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଦେଶର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ ଟି୨୦ରେ ୧୦୦ ଛକା ପୂରଣ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଏହି ମାଇଲଷ୍ଟୋନ ହାସଲ କରିଛନ୍ତି ଫିଞ୍ଚ। ଅଷ୍ଟ୍ରେଲିଆ ସୀମିତ ଓଭର ଦଳର ଅଧିନାୟକ ବିଶ୍ୱର ୬ଷ୍ଠ ବ୍ୟାଟ୍ସମ୍ୟାନ ଭାବେ ଏହି ତାଲିକାରେ ସାମିଲ ହୋଇଛନ୍ତି। ସର୍ବାଧିକ ୧୩୫ ଛକା ସହ ଶୀର୍ଷରେ ଅଛନ୍ତି ନ୍ୟୁଜିଲାଣ୍ଡର ମାର୍ଟିନ ଗୁପଟିଲ। ତାଙ୍କ ପଛକୁ ରହିଛନ୍ତି ଭାରତର ରୋହିତ ଶର୍ମା (୧୨୭), ଇଂଲଣ୍ଡର ଇଆନ ମୋର୍ଗାନ (୧୧୩), ନ୍ୟୁଜିଲାଣ୍ଡର କଲିନ ମୁନ୍‌ରୋ (୧୦୭) ଓ ଓ୍ବେଷ୍ଟଇଣ୍ଡିଜର କ୍ରିସ ଗେଲ (୧୦୫)।

ଅଷ୍ଟ୍ରେଲିଆ ପାଇଁ ଅନ୍ତର୍ଜାତୀୟ ଟି୨୦ରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ଶୀର୍ଷରେ ଅଛନ୍ତି ଫିଞ୍ଚ। ସେ ସାଥୀ ଓପନର ଡେଭିଡ ଓ୍ବାର୍ନରଙ୍କୁ ପଛରେ ପକାଇ ଏହି ସଫଳତା ହାସଲ କରିଛନ୍ତି। ଏପର୍ଯ୍ୟନ୍ତ ୭୦ ମ୍ୟାଚ୍‌ ଖେଳିଥିବା ଫିଞ୍ଚ ଦୁଇ ଶତକ ଓ ୧୪ ଅର୍ଦ୍ଧଶତକ ସହ ୨,୩୧୦ ରନ୍‌ କରିଛନ୍ତି। ପୂର୍ବରୁ ଓ୍ବାର୍ନର ଶୀର୍ଷରେ ଥିଲେ। ୮୧ ମ୍ୟାଚ୍‌ ଖେଳିଥିବା ଓ୍ବାର୍ନରଙ୍କ ନାମରେ ଏକ ଶତକ ଓ ୧୮ ଅର୍ଦ୍ଧଶତକ ସହ ୨,୨୬୫ ରନ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri