Posted inଖେଳ

ଗୁପଟିଲ, ରୋହିତଙ୍କ କ୍ଲବରେ ଅଷ୍ଟ୍ରେଲିଆର ଅଧିନାୟକ

ଓ୍ବେଲିଂଟନ,୫।୩ : ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଦେଶର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ ଟି୨୦ରେ ୧୦୦ ଛକା ପୂରଣ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଟି୨୦ ମ୍ୟାଚ୍‌ରେ ଏହି ମାଇଲଷ୍ଟୋନ ହାସଲ କରିଛନ୍ତି ଫିଞ୍ଚ। ଅଷ୍ଟ୍ରେଲିଆ ସୀମିତ ଓଭର ଦଳର ଅଧିନାୟକ ବିଶ୍ୱର ୬ଷ୍ଠ ବ୍ୟାଟ୍ସମ୍ୟାନ ଭାବେ ଏହି ତାଲିକାରେ ସାମିଲ ହୋଇଛନ୍ତି। ସର୍ବାଧିକ ୧୩୫ ଛକା ସହ ଶୀର୍ଷରେ ଅଛନ୍ତି ନ୍ୟୁଜିଲାଣ୍ଡର ମାର୍ଟିନ ଗୁପଟିଲ। ତାଙ୍କ ପଛକୁ ରହିଛନ୍ତି ଭାରତର ରୋହିତ ଶର୍ମା (୧୨୭), ଇଂଲଣ୍ଡର ଇଆନ ମୋର୍ଗାନ (୧୧୩), ନ୍ୟୁଜିଲାଣ୍ଡର କଲିନ ମୁନ୍‌ରୋ (୧୦୭) ଓ ଓ୍ବେଷ୍ଟଇଣ୍ଡିଜର କ୍ରିସ ଗେଲ (୧୦୫)।

ଅଷ୍ଟ୍ରେଲିଆ ପାଇଁ ଅନ୍ତର୍ଜାତୀୟ ଟି୨୦ରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ଶୀର୍ଷରେ ଅଛନ୍ତି ଫିଞ୍ଚ। ସେ ସାଥୀ ଓପନର ଡେଭିଡ ଓ୍ବାର୍ନରଙ୍କୁ ପଛରେ ପକାଇ ଏହି ସଫଳତା ହାସଲ କରିଛନ୍ତି। ଏପର୍ଯ୍ୟନ୍ତ ୭୦ ମ୍ୟାଚ୍‌ ଖେଳିଥିବା ଫିଞ୍ଚ ଦୁଇ ଶତକ ଓ ୧୪ ଅର୍ଦ୍ଧଶତକ ସହ ୨,୩୧୦ ରନ୍‌ କରିଛନ୍ତି। ପୂର୍ବରୁ ଓ୍ବାର୍ନର ଶୀର୍ଷରେ ଥିଲେ। ୮୧ ମ୍ୟାଚ୍‌ ଖେଳିଥିବା ଓ୍ବାର୍ନରଙ୍କ ନାମରେ ଏକ ଶତକ ଓ ୧୮ ଅର୍ଦ୍ଧଶତକ ସହ ୨,୨୬୫ ରନ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?