ଆଠଗଡ଼ ସମବାୟ ବ୍ୟାଙ୍କ ଋଣ ଜାଲିଆତିି ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୩।୧୨:କଟକ ଜିଲା ଆଠଗଡ଼ ସମବାୟ ବ୍ୟାଙ୍କରେ ଋଣ ପ୍ରଦାନରେ ହୋଇଥିବା ଅନିୟମିତତା ଘଟଣାର ସିବିଆଇ କିମ୍ବା କୋର୍ଟଙ୍କ ନିରୀକ୍ଷଣରେ ଏସ୍‌ଆଇଟି ତଦନ୍ତ କରିବା ଦାବିରେ ହାଇକୋର୍ଟରେ ମଙ୍ଗଳବାର ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଏହି ମାମଲାରେ ମୁଖ୍ୟ ଶାସନ ସଚିବ, ସିବିଆଇ ସମେତ ୮ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି। ଗତ ୨ବର୍ଷ ତଳେ ଆଠଗଡ଼ ଜିଲା ସମବାୟ ବ୍ୟାଙ୍କରୁ କିଛି ଅସାଧୁ ବ୍ୟକ୍ତି ଚଞ୍ଚକତା କରି ଅନ୍ୟମାନଙ୍କ ଆକାଉଣ୍ଟ ମାଧ୍ୟମରେ ୧କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଋଣ ନେଇଯାଇଛନ୍ତି। ଏହାକୁ ବିରୋଧ କରି ଗତ ସପ୍ତାହରେ କେତେକ ଚାଷୀ ସମବାୟ ବ୍ୟାଙ୍କ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏପରି କି ଏହି ଠକେଇର ଶିକାର ହୋଇଥିବା ଆଠଗଡ଼ ଅଞ୍ଚଳର ୩ଜଣ ଚାଷୀ ଗତ ୨୭ତାରିଖରେ ବିଧାନସଭା ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିଲେ। ପୋଲିସ ପଚରାଉଚରା କରିବାବେଳେ ଋଣ ନ ନେଇ ମଧ୍ୟ ବ୍ୟାଙ୍କ କର୍ତ୍ତୃପକ୍ଷ ସେମାନଙ୍କୁ ଜୋର ଜବରଦସ୍ତ ଋଣ ପଇଠ କରିବାକୁ ବାଧ୍ୟ କରୁଛନ୍ତି ବୋଲି କହିଥିଲେ। ଋଣ ଜାଲିଆତି ସମୟରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ବଡ଼ଭାଇ ବୀରେନ୍ଦ୍ର ପ୍ରତାପ ସ୍ବାଇଁ କଟକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ସଭାପତି ଥିବାରୁ ଏହି ଜାଲିଆତିରେ ତାଙ୍କର ସମ୍ପୃକ୍ତି ଥିବା ନେଇ ବିଭିନ୍ନ ସଂଗଠନ ଓ ରାଜନୈତିକ ଦଳ ପକ୍ଷରୁ ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri