ଆଠଗଡ଼ ସମବାୟ ବ୍ୟାଙ୍କ ଋଣ ଜାଲିଆତିି ଘଟଣା: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୩।୧୨:କଟକ ଜିଲା ଆଠଗଡ଼ ସମବାୟ ବ୍ୟାଙ୍କରେ ଋଣ ପ୍ରଦାନରେ ହୋଇଥିବା ଅନିୟମିତତା ଘଟଣାର ସିବିଆଇ କିମ୍ବା କୋର୍ଟଙ୍କ ନିରୀକ୍ଷଣରେ ଏସ୍‌ଆଇଟି ତଦନ୍ତ କରିବା ଦାବିରେ ହାଇକୋର୍ଟରେ ମଙ୍ଗଳବାର ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଏହି ମାମଲାରେ ମୁଖ୍ୟ ଶାସନ ସଚିବ, ସିବିଆଇ ସମେତ ୮ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି। ଗତ ୨ବର୍ଷ ତଳେ ଆଠଗଡ଼ ଜିଲା ସମବାୟ ବ୍ୟାଙ୍କରୁ କିଛି ଅସାଧୁ ବ୍ୟକ୍ତି ଚଞ୍ଚକତା କରି ଅନ୍ୟମାନଙ୍କ ଆକାଉଣ୍ଟ ମାଧ୍ୟମରେ ୧କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଋଣ ନେଇଯାଇଛନ୍ତି। ଏହାକୁ ବିରୋଧ କରି ଗତ ସପ୍ତାହରେ କେତେକ ଚାଷୀ ସମବାୟ ବ୍ୟାଙ୍କ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏପରି କି ଏହି ଠକେଇର ଶିକାର ହୋଇଥିବା ଆଠଗଡ଼ ଅଞ୍ଚଳର ୩ଜଣ ଚାଷୀ ଗତ ୨୭ତାରିଖରେ ବିଧାନସଭା ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିଲେ। ପୋଲିସ ପଚରାଉଚରା କରିବାବେଳେ ଋଣ ନ ନେଇ ମଧ୍ୟ ବ୍ୟାଙ୍କ କର୍ତ୍ତୃପକ୍ଷ ସେମାନଙ୍କୁ ଜୋର ଜବରଦସ୍ତ ଋଣ ପଇଠ କରିବାକୁ ବାଧ୍ୟ କରୁଛନ୍ତି ବୋଲି କହିଥିଲେ। ଋଣ ଜାଲିଆତି ସମୟରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ବଡ଼ଭାଇ ବୀରେନ୍ଦ୍ର ପ୍ରତାପ ସ୍ବାଇଁ କଟକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ସଭାପତି ଥିବାରୁ ଏହି ଜାଲିଆତିରେ ତାଙ୍କର ସମ୍ପୃକ୍ତି ଥିବା ନେଇ ବିଭିନ୍ନ ସଂଗଠନ ଓ ରାଜନୈତିକ ଦଳ ପକ୍ଷରୁ ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri