ଆଠଗଡ଼ ବନାଞ୍ଚଳ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ)/ ଆଠଗଡ଼(ସ୍ବ.ପ୍ର): ଆଠଗଡ଼ ବନଖଣ୍ଡ ଅଧୀନ ସୁବାସୀ ସଂରକ୍ଷିତ ଜଙ୍ଗଲରେ ଶିକାରୀ ଗୁଳିରେ ମୃତ ଦନ୍ତା ହାତୀକୁ ତରବରିଆ ଭାବେ ପୋତିଦିଆଯିବା ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ହୋଇଛି। ଆଠଗଡ଼ ବନାଞ୍ଚଳ ଅଧିକାରୀ (ରେଞ୍ଜର) ଆୟେଶା ଅକ୍ତରୀ ନିଶାଙ୍କୁ ସୋମବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୂ ପରିବର୍ତ୍ତନ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହେବା ପରେ ଆଠଗଡ଼ ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ) ଏହି ପଦକ୍ଷେପ ନେଇଛନ୍ତି। ଅନୁଗୋଳ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ୍‌) ଅକ୍ଷୟ ପଟ୍ଟନାୟକଙ୍କ ତଦନ୍ତ ରିପୋର୍ଟକୁ ଆଧାରକରି ବିଭାଗ ଆୟେଶାଙ୍କୁ ନିଲମ୍ବିତ କରିଛି। ନିଲମ୍ବନ ସମୟରେ ସେ କର୍ତ୍ତୃପକ୍ଷଙ୍କ ବିନାନୁମତିରେ ମୁଖ୍ୟ ସଦର ମହକୁମା ଛାଡ଼ିପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି।
୨୦୨୦ ଅଗଷ୍ଟରେ ସୁବାସୀ ସଂରକ୍ଷିତ ଜଙ୍ଗଲରେ ଶିକାରୀମାନେ ଏକ ଦନ୍ତାହାତୀକୁ ଗୁଳି କରିଥିଲେ। ଏହି ଘଟଣାକୁ ଚପାଇଦେବାକୁ ଉଦ୍ୟମ ହୋଇଥିଲା। ମୃତ ହାତୀକୁ ଏକ ଗାତରେ ପୋତି ଦିଆଯାଇଥିଲା ଏବଂ ଦୁଇଟି ଦାନ୍ତକୁ କଢ଼ାଯାଇ ବନାଞ୍ଚଳ କାର୍ଯ୍ୟାଳୟରେ ସିଲ୍‌ କରି ଲକର ଭିତରେ ରଖାଯାଇଥିଲା। ବର୍ଷେ ପରେ ଅର୍ଥାତ୍‌ ଗତ କିଛିଦିନ ତଳେ ଗାତରେ ପୋତାଯିବାର ଏକ ଭିଡିଓ ଭାଇରାଲ ହେବା ପରେ ଏହି ଘଟଣା ସାମ୍ନାକୁ ଆସିଥିଲା। ଏହାର ତଦନ୍ତ ପାଇଁ ଅକ୍ଷୟ ପଟ୍ଟନାୟକଙ୍କୁ ଦାୟିତ୍ୱ ଦିଆଯାଇଥିଲା। ତଦନ୍ତ ଅଧିକାରୀ ପଟ୍ଟନାୟକ ବନାଞ୍ଚଳ ଅଧିକାରୀ ଆୟେଶାଙ୍କୁ ପଚରାଉଚରା କରିବା ସହିତ ତଦନ୍ତ ରିପୋର୍ଟ ପିସିସିଏଫ୍‌(ବନ୍ୟପ୍ରାଣୀ)ଙ୍କୁ ଦେଇଥିଲେ। ଉକ୍ତ ରିପୋର୍ଟ ଆଧାରରେ ଆୟେଶାଙ୍କୁ ନିଲମ୍ବିତ କରାଯାଇଛି। ତେବେ ଏହି କାର୍ଯ୍ୟାନୁଷ୍ଠାନକୁ ବନ୍ୟପ୍ରାଣୀ ବିଶେଷଜ୍ଞମାନେ ନାପସନ୍ଦ କରିଛନ୍ତି। ସେମାନଙ୍କ କହିବାନୁସାରେ, ରେଞ୍ଜର ଯଦିଓ ଭୁଲ୍‌ କରିଥିଲେ, କିନ୍ତୁ ଏଥିରେ ଉଚ୍ଚ ପଦସ୍ଥ ଅଧିକାରୀ ମଧ୍ୟ ନିଶ୍ଚୟ ସାମିଲ ଥିବେ। ଜଣେ ରେଞ୍ଜର ଉଚ୍ଚ ଅଧିକାରୀଙ୍କ ବିନାନୁମତିରେ ଏଭଳି କରି ନ ଥିବେ। ସେପଟେ ତଦନ୍ତବେଳେ ମଧ୍ୟ ରେଞ୍ଜର ଆୟେଶା ତତ୍କାଳୀନ ଆଠଗଡ଼ ଡିଏଫ୍‌ଓଙ୍କ ନାଁ କହିଥିଲେ। ତତ୍କାଳୀନ ଡିଏଫ୍‌ଓଙ୍କୁ ବ୍ୟବଚ୍ଛେଦ ରିପୋର୍ଟ ଓ ଅନ୍ୟସବୁ ନଥିପତ୍ର ହାତେ ହାତେ ଦେଇଥିଲେ ଏବଂ ଡିଏଫ୍‌ଓଙ୍କ ନିର୍ଦ୍ଦେଶରେ ହିଁ ଏହା କରିଥିଲେ ବୋଲି ସେ ତଦନ୍ତକାରୀ ଅଧିକାରୀଙ୍କୁ କହିଥିଲେ। କିନ୍ତୁ ଡିଏଫ୍‌ଓ ଏହାକୁ ଏଡାଇଯାଇଥିଲେ। ତେଣୁ ରେଞ୍ଜର ଏହି ଘଟଣାରେ ଫସିଯାଇଥିଲେ। କୌଣସି ତଥ୍ୟ ଭିତ୍ତିକ ପ୍ରମାଣ ନ ଥିବା ଯୋଗୁ ଓ ରାଜ୍ୟ ସରକାରଙ୍କ ଉଚ୍ଚ ପଦରେ ରହିଥିବା ତତ୍କାଳୀନ ଡିଏଫ୍‌ଓଙ୍କର ବନ ବିଭାଗରେ ପ୍ରଭାବ ରହିଥିବାରୁ ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇପାରିଲା ନାହିଁ ବୋଲି ବନ୍ୟପ୍ରାଣୀ ବିଶେଷଜ୍ଞମାନେ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri