Posted inଖେଳ

ପୁଡୁଚେରୀ କ୍ରିକେଟ ଟିମ୍‌ ମୁଖ୍ୟ କୋଚ୍‌ ହେଲେ ସାଲ୍‌ଭି

ଚେନ୍ନାଇ/ମୁମ୍ବାଇ, ୪ା୬ (ପି.ଟି.)-ଭାରତର ପୂର୍ବତନ ସିମ୍‌ ବୋଲର ଆବିଷ୍କାର ସାଲ୍‌ଭି ଆସନ୍ତା ଘରୋଇ ସିଜନ ପାଇଁ ପୁଡୁଚେରୀ ସିନିୟର କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ପାଇଛନ୍ତି। ପୁଡୁଚେରୀ କ୍ରିକେଟ ଆସୋସିଏଶନ (ସିଏପି)ର ଜଣେ ଅଫିସିଆଲ ଏ ବିଷୟରେ ସୂଚନା ଦେଇଛନ୍ତି। ସେହିପରି ମୁମ୍ବାଇର ପୂର୍ବତନ ପ୍ରଥମଶ୍ରେଣୀ କ୍ରିକେଟର ଓଁକାର ଖରନ୍‌ଭିଲ୍‌କର ଓରାଜସ୍ଥାନର ପୂର୍ବତନ କିପର ଦିଶାନ୍ତ ୟାଗନିକ୍‌ ଫିଲ୍ଡିଂ କୋଚ୍‌ ଦାୟିତ୍ୱ ତୁଲାଇବେ। ୩୮ ବର୍ଷୀୟ ସାଲ୍‌ଭୀ ପୂର୍ବତନ କର୍ନାଟକ ବ୍ୟାଟ୍ସମ୍ୟାନ ଜେ. ଅରୁଣ କୁମାରଙ୍କ ସ୍ଥାନରେ ମୁଖ୍ୟ କୋଚ୍‌ ହେବେ। ଏହି ସମସ୍ତ ନିଯୁକ୍ତି ଗୋଟିଏ ସିଜନ ପାଇଁ କରାଯାଇଥିବା ସିଏପିର ଜଣେ ଅଫିସିଆଲ ପ୍ରକାଶ କରିଛନ୍ତି। ସାଲ୍‌ଭି ଦ୍ୱିତୀୟ ଥର ପାଇଁ ପୁଡୁଚେରୀର କୋଚ୍‌ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ଦଳର ପ୍ରଥମ ସିଜନରେ ତାଙ୍କ ପ୍ରଦର୍ଶନ ଭଲ ରହିଥିଲା। ସେ ଆମ ଖେଳାଳିଙ୍କ ସହିତ ଭଲ ରୂପେ ଅଭ୍ୟସ୍ତ ଥିଲେ। ତେଣୁ ତାଙ୍କୁ ପୁଣି ଥରେ ଦାୟିତ୍ୱ ଦେବା ଲାଗି ଆମେ ନିଷ୍ପତ୍ତି ନେଇଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri