Posted inଖେଳ

୨୦୧୮ରେ କେଉଁ କାରଣ ପାଇଁ ଅବସର ନେଇଥିଲେ ଡି ଭିଲର୍ସ

ଜୋହାନ୍ସବର୍ଗ, ୧।୭- ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି ଭିଲର୍ସ ୨୦୧୮ରେ କ୍ରିକେଟ୍‌ରୁ ସନ୍ନ୍ୟାସ ନେଇଥିଲେ। ଡି ଭିଲର୍ସ ଯେଉଁ ସମୟରେ କ୍ରିକେଟ୍‌କୁ ଅଲ୍‌ବିଦା କରିଥିଲେ ସେତେବେଳେ ସେ ଭଲ ଫର୍ମରେ ଥିଲେ। କିନ୍ତୁ ହଠାତ୍‌ କାହିଁକି ଏଭଳି ନିଷ୍ପତ୍ତି ନେଇଥିଲେ ତାହା ସମସ୍ତଙ୍କୁ ଚକିତ କରିଥିଲା। ଅବସର ନେବାର ୨ ବର୍ଷ ପରେ ଡି ଭିଲର୍ସ ଏହି ଘଟଣା ଉପରୁ ପରଦା ହଟାଇଛନ୍ତି। ଏକ ସାକ୍ଷାତ୍‌କାର ଅବସରରେ ସେ କହିଛନ୍ତି, ଅଷ୍ଟ୍ରେଲିଆରେ ଅନୁଷ୍ଠିତ ୨୦୧୫ ଆଇସିସି ବିଶ୍ୱକପ୍‌ ସେମିଫାଇନାଲରେ ଆମେ ପହଞ୍ଚତ୍ଥିଲୁ। କିନ୍ତୁ ସେମିଫାଇନାଲରେ ଆମ ଦଳ ୪ ଉଇକେଟ୍‌ରେ ନ୍ୟୁଜିଲାଣ୍ଡ ନିକଟରୁ ହାରି ଫାଇନାଲରୁ ବଞ୍ଚତ୍ତ ହୋଇଥିଲା। ଏହି ପରାଜୟ ଗ୍ଲାନିରୁ ବାହାରିବା ପାଇଁ ମୋତେ ବହୁତ ସମୟ ଲାଗିଥିଲା। ମୁଁ ଏହାକୁ ସମାଲୋଚନା ଦୃଷ୍ଟିକୋଣରୁ କହିବି ନାହିଁ। ବ୍ୟକ୍ତିଗତ ଦୃଷ୍ଟିକୋଣରୁ କହିବି ଯେ ମୋତେ ୨୦୧୮ରେ ଅବସର ନେବାର ଏହା ଏକ ବଡ଼ କାରଣ ଥିଲା ବୋଲି ଏହି ଦକ୍ଷିଣ ଆଫ୍ରିକୀୟ ବ୍ୟାଟ୍ସମ୍ୟାନ କହିଛନ୍ତି। ସେହି ରାତିରେ ଆମେ ମ୍ୟାଚ୍‌ ହାରିଯାଇଥିଲୁ। କିନ୍ତୁ ମୋ ପାଇଁ ସେହି ବର୍ଷ ପରାଜୟକୁ ଭୁଲିବା କଷ୍ଟକର ଥିଲା। ଏହି ପରାଜୟ ମୋତେ ବହୁତ କଷ୍ଟ ଦେଇଥିଲା ବୋଲି ଡି ଭିଲର୍ସ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?