Posted inଖେଳ

ମାତ୍ର ୩୧ ବଲ୍‌ରେ ଶତକ ମାରି ରେକର୍ଡ କରିଥିଲେ ଏହି ମହାନ ବ୍ୟାଟ୍ସମ୍ୟାନ୍‌, ଶୂନରେ ଆଉଟ୍‌ କରିବା…

ନୂଆଦିଲ୍ଲୀ,୧୭।୨: ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଏବି ଡି ଭିଲିୟର୍ସ ବୁଧବାର ନିଜର ୩୭ତମ ଜନ୍ମଦିନ ପାଳନ କରୁଛନ୍ତି। ୧୯୮୪ ଫେବୃୟାରୀ ୧୭ରେ ଦକ୍ଷିଣ ଆଫ୍ରିକାର ବେଲା-ବେଲାଠାରେ ଜନ୍ମ ନେଇଥିଲେ ଏହି କ୍ରିକେଟ। ୨୦୧୮ରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଳେ। ହେଲେ ଚଳିତ ବର୍ଷ ଟି୨୦ ବିଶ୍ୱକପ୍‌ରେ ସେ ଭାଗ ନେଇପାରନ୍ତି ବୋଲି କଳ୍ପନାଜଳ୍ପନା ଲାଗି ରହିଛି।

ଦଳପାଇଁ ୧୧୪ଟି ଟେଷ୍ଟ, ୨୨୮ ଦିନିକିଆ ଏବଂ ୭୮ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି ଡି ଭିଲିୟର୍ସ। ଏଥିରେ ସେ ହାରାହାରି ୫୦.୬୬ରେ ୮୭୬୫ରେ ରନ୍‌ କରିଛନ୍ତି। ଟେଷ୍ଟ ଓ ଦିନିକିଆରେ ଯଥାକ୍ରମେ ୨୨ ଏବଂ ୨୫ ଶତକ ହାସଲ କରିଛନ୍ତି ସେ। ତେବେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ମଧ୍ୟ ଟି-୨୦ ଲିଗ୍‌ରେ ଖେଳି ଦର୍ଶକଙ୍କୁ ମନୋରଞ୍ଜନ କରିଥିଲେ। ସେ ଆସନ୍ତା ଆଇପିଏଲ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ପ୍ରତିନିଧିତ୍ୱ କରିବେ।

ଜନ୍ମଦିନରେ ଜାଣନ୍ତୁ ଡି ଭିଲିୟର୍ସଙ୍କ କିଛି ରୋଚକ ରେକର୍ଡ:

-ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ନେଲସନ ମାଣ୍ଡେଲାଙ୍କଠାରୁ ପଦକ ପାଇଥିଲେ ଏହି କ୍ରିକେଟର। ବିଜ୍ଞାନ ପ୍ରୋଜେକ୍ଟ ପାଇଁ ସେ ଏହି ପଦକ ଜିତିଥିଲେ।

-ଦିନିକିଆ କ୍ରିକେଟରେ ସବୁଠାରୁ ଦ୍ରୁତତମ ଶତକ ମାରିବାର ରେକର୍ଡ ତାଙ୍କ ନାମରେ ରହିଛି। ୨୦୧୫ରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷରେ ମାତ୍ର ୩୧ ବଲ୍‌ରେ ସେ ଶତକ କରିଥିଲେ।

-ଶୂନରେ ଆଉଟ୍‌ ହେବା ପୂର୍ବରୁ ସବୁଠାରୁ ଅଧିକ ଇନିଂସ ଖେଳିଥିବାର ରେକର୍ଡ ମଧ୍ୟ ଏହି କ୍ରିକେଟରଙ୍କ ନାମରେ ରହିଛି। ସେ ନିଜ ଟେଷ୍ଟ କ୍ୟାରିୟରର ପ୍ରଥମ ୭୮ ପାଳିରେ ଶୂନରେ ଆଉଟ୍‌ ହୋଇ ନ ଥିଲେ।

-ଦକ୍ଷିଣ ଆଫ୍ରିକା ଜୁନିୟର ଡେଭିସ୍‌ କପ୍‌ ଟେନିସ୍‌ ଦଳର ସଦସ୍ୟ ଥିଲେ ସେ। ଏହାଛଡ଼ା ସେ ଅଣ୍ଡର-୧୯ ଚାମ୍ପିୟନ ନ୍ୟାଶନାଲ ବ୍ୟାଡ୍‌ମିଣ୍ଟନ୍‌ ଖେଳାଳି ମଧ୍ୟ ଥିଲେ।

-ଜାତୀୟ ଦଳର ଜୁନିୟରସ୍ତରରେ ହକି, ଫୁଟବଲ୍‌ ଏବଂ ରଗବୀ ମଧ୍ୟ ସେ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri