Posted inଖେଳ

ଧୋନୀଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଏବି ଡି ଭିଲିୟର୍ସ

ନୂଆଦିଲ୍ଲୀ,୩୦।୧୧: ଆଇପିଏଲ୍‌ ୨୦୨୪ରେ ମହେନ୍ଦ୍ର ସିଂ ଧୋନୀ ପୁଣି ଥରେ ପଡ଼ିଆରେ ଖେଳୁଥିବା ନଜର ଆସିବେ। ଧୋନୀଙ୍କୁ ଚେନ୍ନାଇ ସୁପର କିଙ୍ଗସ ଦଳରେ ରଖିଛି। ପୂର୍ବରୁ ଧୋନୀଙ୍କ ବିଷୟରେ ଅନେକ ପ୍ରକାରର କଳ୍ପନାଜଳ୍ପନା କରାଯାଉଥିଲା। ଆଇପିଏଲ୍‌ ୨୦୨୩ ପରେ ସେ ଅବସର ନେଇଯିବେ ବୋଲି ଚର୍ଚ୍ଚା ହେଉଥିଲା। କିନ୍ତୁ ତାଙ୍କୁ ଏଥର ଦଳରେ ରଖାଯିବା ପରେ ସମସ୍ତେ ଏହାର ଉତ୍ତର ପାଇଛନ୍ତି। ଧୋନୀଙ୍କ ଭବିଷ୍ୟତକୁ ନେଇ ଦକ୍ଷିଣ ଆଫ୍ରିକାର ପୂର୍ବତନ କ୍ରିକେଟର ଏବି ଡି ଭିଲିୟର୍ସ ପ୍ରତିକ୍ରିୟା ରଖିଛନ୍ତି।
ଡି ଭିଲିୟର୍ସ କହିଛନ୍ତି, ଧୋନୀ ଆଗାମୀ ତିନି ସିଜନରେ ଖେଳିପାରିବେ। ରିଟେନ୍‌ ତାଲିକାରେ ତାଙ୍କ ନାମ ଦେଖି ମୁଁ ବହୁତ ଖୁସି। ଗତ ଆଇପିଏଲ୍‌ ସିଜିନ୍‌ ଶେଷ ହେବା ପରେ ତାଙ୍କ ବିଷୟରେ ଅନେକ ପ୍ରକାରର ଆଲୋଚନା ଚାଲିଥିଲା। କିନ୍ତୁ ଏବେ ସେ ୨୦୨୪ରେ ଖେଳିବାକୁ ପ୍ରସ୍ତୁତ। ଧୋନୀ ସବୁବେଳେ ସରପ୍ରାଇଜ୍‌ ଦେବାକୁ ପସନ୍ଦ କରନ୍ତି। ସେ ଆଗାମୀ ତିନି ସିଜନରେ ଖେଳିବେ। ତେଣୁ ଏହାକୁ ନେଇ ଆଉ ବେଶୀ କିଛି କୁହାଯାଇପାରିବ ନାହିଁ।
ସୂଚନାଯୋଗ୍ୟ ଯେ,ଚେନ୍ନାଇ ସୁପର କିଙ୍ଗ୍ସ ୨୦୨୩ରେ ଧୋନୀଙ୍କ ଅଧିନାୟକତ୍ୱରେ ଟାଇଟଲ ଜିତିଥିଲେ। ଚେନ୍ନାଇ ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ପରାସ୍ତ କରିଥିଲା। ଗତ ସିଜନରେ ଧୋନୀଙ୍କ ବ୍ୟାଟିଂ ବିଶେଷ କିଛି ନ ଥିଲା। କିନ୍ତୁ ତାଙ୍କ ଅଧିନାୟକତ୍ୱ ଦଳ ପାଇଁ ସର୍ବଦା ଗୁରୁତ୍ୱପୂର୍ଣ୍ଣ ରହିଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri