Posted inଖେଳ

ପ୍ରତ୍ୟାବର୍ତ୍ତନକୁ ନେଇ ବଡ଼ ବୟାନ ଦେଲେ ଡି ଭିଲିୟର୍ସ

ଜୋହାନ୍ସବର୍ଗ,୨୪।୫: ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ ଆଇପିଏଲ୍‌ରେ ପ୍ରତ୍ୟାବର୍ତ୍ତନ କରିବାକୁ ଚାହୁଁଛନ୍ତି। ଆସନ୍ତା ବର୍ଷ ଅର୍ଥାତ ଟୁର୍ନାମେଣ୍ଟର ୧୬ ତମ ସିଜନରେ ସେ ନିଶ୍ଚିତ ଭାବରେ ସାମିଲ ହେବେ। ଆଇପିଏଲ ୨୦୨୩ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ପକ୍ଷରୁ କିଛି ନା କିଛି ରୂପରେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ନିଜେ ଡି ଭିଲିୟର୍ସ ସ୍ପଷ୍ଟ କରିଛନ୍ତି।

କିଛି ଦିନ ତଳେ ଆରସିବିର ପୂର୍ବତନ ଅଧିନାୟକ ବିରାଟ କୋହଲି ତାଙ୍କ ପ୍ରତ୍ୟାବର୍ତ୍ତନ ନେଇ ସମ୍ୟକ ସୂଚନା ଦେଇଥିଲେ। ଏହାକୁ ନେଇ ସେ ଭିୟୁ ସ୍ପୋଟର୍‌ସକୁ କହିଛନ୍ତି, ବିରାଟ ଏହାକୁ ନିଶ୍ଚିତ କରିଥିବା ଜାଣି ଖୁସି ଲାଗୁଛି। ସତ କହିବାକୁ ଗଲେ ଏପର୍ଯ୍ୟନ୍ତ କିଛି ନିଷ୍ପତ୍ତି ନିଆଯାଇ ନାହିଁ। ହେଲେ ମୁଁ ନିଶ୍ଚିତ ଭାବରେ ଆସନ୍ତା ବର୍ଷ ଆଇପିଏଲ୍‌କୁ ଫେରିବି। ହେଲେ ଖେଳାଳି କି ଅନ୍ୟ କେଉଁ ଭୂମିକାରେ ତାହା ଜାଣେନା ବୋଲି ସେ କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି, ବାଙ୍ଗାଲୋରରେ କିଛି ମ୍ୟାଚ ହୋଇପାରେ ବୋଲି ଶୁଣିଛି। ମୁଁ ମୋର ଦ୍ୱିତୀୟ ଘରକୁ ଫେରି ପୁଣି ଦର୍ଶକରେ ଭରପୂର ଚିନ୍ନାସ୍ବାମୀ ଷ୍ଟାଡିୟମକୁ ଦେଖିବାକୁ ଚାହେଁ। ମୁଁ ଫେରିବାକୁ ଅପେକ୍ଷା କରିଛି।

କହିରଖୁଛୁ, ୩୮ ବର୍ଷିୟ ଡି ଭିଲିୟର୍ସ ଦୀର୍ଘ ସମୟ ଧରି ଆର୍‌ସିବି ସହିତ ଜଡିତ ଥିଲେ। ସେ ହାରାହାରି ୩୯.୭୧ରେ ଦଳ ପାଇଁ ୫୧୬୨ ରନ ସ୍କୋର କରିଛନ୍ତି। ଏଥିରେ ୪ ଶତକ ଏବଂ ୪୦ ଅର୍ଦ୍ଧଶତକରହିଛି। ତେବେ ତାଙ୍କୁ ଆଇପିଏଲର ସବୁଠାରୁ ସଫଳ ବ୍ୟାଟ୍ସମ୍ୟାନ୍‌ ଭାବେ ବିବେଚନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri