କାର୍ତ୍ତିକରେ ମିଳିବ ଅବଢ଼ା

ପୁରୀ ଅଫିସ,୨୧ା୧୦: ଆସନ୍ତା ନଭେମ୍ବର ପହିଲାରୁ ଧର୍ମମାସ କାର୍ତ୍ତିକ ଆରମ୍ଭ ହେଉଛି। ଏହି ପବିତ୍ର ମାସରେ ପୁରୀରେ ହଜାର ହଜାର ସଂଖ୍ୟାରେ ହବିଷିଆଳି ରହି କାର୍ତ୍ତିକ ବ୍ରତ ପାଳିଥାନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ଗତ କିଛିବର୍ଷ ହେବ ପ୍ରାୟ ୩ ହଜାର ହବିଷିଆଳିଙ୍କୁ ମାଗଣାରେ ରହିବା, ଖାଇବା ଏବଂ ବ୍ରତ କରିବା ଲାଗି ସବୁ ପ୍ରକାର ସୁବିଧା ଯୋଗାଇ ଦିଆଯାଉଛି। କାର୍ତ୍ତିକ ମାସରେ ପ୍ରାୟ ସବୁ ହବିଷିଆଳି ମହାପ୍ରସାଦ ସେବନ କରିଥାନ୍ତି। କିନ୍ତୁ ଚଳିତବର୍ଷ ଚିତ୍ର ଭିନ୍ନ ରହିଛି। ମହାମାରୀ କରୋନା ପାଇଁ ସରକାର ଏଥର ହବିଷିଆଳି ଯୋଜନାରେ କାହାକୁ ରଖୁନାହାନ୍ତି। କିନ୍ତୁ ବହୁ ସଂଖ୍ୟକ ହବିଷିଆଳି ବ୍ୟକ୍ତିଗତ ଭାବେ ଆସି ଶ୍ରୀକ୍ଷେତ୍ରରେ ରହି ହବିଷ କରିବେ। ମାତ୍ର କାର୍ତ୍ତିକ ମାସରେ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କୁ ଛଡ଼ାଯିବା ସମ୍ଭାବନା ପ୍ରାୟତଃ ନାହିଁ। ତେଣୁ ଶ୍ରଦ୍ଧାଳୁ ଏବଂ ହବିଷିଆଳିମାନେ କିପରି ଶୃଙ୍ଖଳିତ ଭାବେ ମହାପ୍ରସାଦ ପାଇପାରିବେ ସେଥିଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ସୁଆର ମହାସୁଆର ନିଯୋଗ ପକ୍ଷରୁ ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହିତ ଆଲୋଚନା ହୋଇଛି। କାର୍ତ୍ତିକ ମାସରେ ମହାପ୍ରସାଦ ଯୋଗାଇଦେବା ଲାଗି ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ମଙ୍ଗଳବାର ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀ କହିଛନ୍ତି।
ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ସମ୍ପାଦକ ପ୍ରତିହାରୀ କହିଛନ୍ତି, ସାଧାରଣତଃ କାର୍ତ୍ତିକ ମାସରେ ପୁରୀ ସହରର ପ୍ରାୟ ପ୍ରତି ଘରେ ମହାପ୍ରସାଦ ସେବନ କରାଯାଇଥାଏ। ବାହାରୁ ଆସୁଥିବା ହବିଷିଆଳି ଓ ଭକ୍ତ ଅବଢ଼ା ପାଇବା ସହିତ ଘରକୁ ନେଇଥାନ୍ତି। ଯେହେତୁ ଏ ବର୍ଷ କରୋନା କଟକଣା ପାଇଁ ଶ୍ରଦ୍ଧାଳୁଙ୍କୁ ମନ୍ଦିରକୁ ଛଡ଼ାଯିବ ନାହିଁ ତେଣୁ ମହାପ୍ରସାଦ କିପରି ପାଇପାରିବେ ସେଥିଲାଗି ବ୍ୟବସ୍ଥା କରିବା ଲାଗି ନିଯୋଗ ପକ୍ଷରୁ ମୁଖ୍ୟ ପ୍ରଶାସକଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ରଥଯାତ୍ରା ବେଳେ ଯେପରି ଗୁଣ୍ଡିଚା ମନ୍ଦିର ନିକଟରେ ଶେଡ୍‌ କରାଯାଇଥିଲା ସେହିଭଳି ଶ୍ରୀମନ୍ଦିର ଉତ୍ତର ଓ ଦକ୍ଷିଣ ଦ୍ୱାରରେ ବ୍ୟବସ୍ଥା କରିବା ଲାଗି ପ୍ରସ୍ତାବ ଦିଆଯାଇଥିଲା। ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏଥିରେ ସହମତି ପ୍ରକାଶ କରିଛନ୍ତି। ୪/୫ ଦିନ ମଧ୍ୟରେ ଟେଣ୍ଟ କରାଯିବ। ଭକ୍ତମାନେ କୋଭିଡ୍‌ ଗାଇଡ୍‌ଲାଇନ ମାନି କାଉଣ୍ଟରରୁ ଟିକେଟ୍‌ କରି ମହାପ୍ରସାଦ ପାଇପାରିବେ ବୋଲି ପ୍ରତିହାରୀ କହିଛନ୍ତି। ଅନ୍ୟପକ୍ଷରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନାଙ୍କୁ ପଚାରିବାରେ କହିଛନ୍ତି, ମୁଖ୍ୟ ପ୍ରଶାସକଙ୍କ ସହିତ ସୁଆର ମହାସୁଆର ନିଯୋଗ ଆଲୋଚନା କରିବା ପରେ ହୁଏତ ଏଭଳି କିଛି ନିଷ୍ପତ୍ତି ନିଆଯାଇଥିବ। କିନ୍ତୁ ଏ ସମ୍ପର୍କରେ ସେ ଅବଗତ ନ ଥିବା ଜେନା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?