Posted inରାଜ୍ୟ

ରାଜ୍ୟ ସରକାର ନେଉଥିବା ୯% ଜିଏସ୍‌ଟି ଛାଡ଼ କରନ୍ତୁ: ଭାଜପା

ଭୁବନେଶ୍ବର, ୨୪ା୧୧(ବ୍ୟୁରୋ): କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ‘ପୋଡ଼ା ଘା’ରେ ଲୁଣ ଦେବା’ ସଦୃଶ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଆଗରୁ କ’ଣ କେନ୍ଦୁପତ୍ର ଶ୍ରମିକମାନେ ସାମିଲ ନ ଥିଲେ କି ବୋଲି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ପ୍ରଶ୍ନ କରିଛନ୍ତି। ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଜୟନାରାୟଣ କହିଛନ୍ତି ଯେ, ଏବେ ବିଏସ୍‌କଓ୍ବୋଇରେ ସାମିଲ ହେଲେ ବୋଲି ଘୋଷଣା କରାଗଲା। ଫସଲ ବୀମା, ଇନପୁଟ ସବସିଡି, ପଦ୍ମପୁର ରେଳ ଲାଇନ ପ୍ରକଳ୍ପର ମିଥ୍ୟା ପରେ ଏହା ବିଜେଡି ସରକାରଙ୍କ ଆଉ ଏକ ମିଛ ଘୋଷଣା। ସାଧାରଣ ପିଲାଙ୍କ ପାଇଁ ମିଳୁଥିବା ଛାତ୍ରବୃତ୍ତିରୁ ବଞ୍ଚିତ ଥିଲେ କି କେନ୍ଦୁପତ୍ର ଶ୍ରମିକଙ୍କ ପିଲାମାନେ ନା ଆଜିର ଘୋଷଣା କେବଳ ମିଥ୍ୟା ପ୍ରଚାର। ରାଜ୍ୟ ସରକାର କେନ୍ଦୁପତ୍ରରୁ ୨ ଶହ କୋଟି ଟଙ୍କା ଆୟ କରୁଛନ୍ତି। ହେଲେ କେନ୍ଦୁପତ୍ର ଶ୍ରମିକ, କର୍ମଚାରୀଙ୍କ ଦୁଃଖ ବୁଝୁନାହାନ୍ତି। କେନ୍ଦୁପତ୍ର ତୋଳାଳି, ବନ୍ଧାଳି, ଗୋଛା କଟାଳି, ସିଜନାଲ ଷ୍ଟାଫଙ୍କୁ ଓଡ଼ିଶା ସରକାର ଅବହେଳିତ, ଅଣଦେଖା ଓ ପ୍ରତାରଣା କରିଚାଲିଛନ୍ତି। ମୁଖ୍ୟମନ୍ତ୍ରୀ ୨୦୧୩ ଜାନୁୟାରୀ ୧୩ରେ କେନ୍ଦୁପତ୍ର ତୋଳାଳି ଓ ଶ୍ରମିକଙ୍କ ସମାବେଶରେ ସିଜନାଲ ଷ୍ଟାଫଙ୍କ ଚାକିରି ସର୍ତ୍ତାବଳୀ ଲାଗୁ ହେବା ପାଇଁ ଘୋଷଣା କରିଥିଲେ। ସେ ଘୋଷଣା କୁଆଡେ ଗଲା ବୋଲି ଜୟନାରାୟଣ ପ୍ରଶ୍ନ କରିଛନ୍ତି। ରାଜ୍ୟ ସରକାର ନିଜେ କେନ୍ଦୁପତ୍ର ଉପରେ ନେଉଥିବା ୯ ପ୍ରତିଶତ ଜିଏସଟି ଟିକସ ଛାଡ କରି ଉଦାହରଣ ସୃଷ୍ଟି କରନ୍ତୁ। ଜିଏସଟି କାଉନସିଲରେ କାହିଁକି ଅର୍ଥ ମନ୍ତ୍ରୀ ବିଧିବଦ୍ଧ ଭାବେ ରାଜ୍ୟ ସରକାର ଜିଏସଟି ଛାଡ କରିବା ପାଇଁ ପ୍ରସ୍ତାବ ରଖିନାହାନ୍ତି। ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଦ୍ୱାରା ଦାବି କରାଯାଇଥିବା ୨୦୦ କୋଟି ଟଙ୍କାର ପ୍ୟାକେଜ ରାଜ୍ୟ ସରକାର କାହିଁକି ଲାଗୁ କରିନାହାନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri