କାର୍ଯ୍ୟକ୍ଷମ ପୂର୍ବରୁ ପରିତ୍ୟକ୍ତ

ମାଧପୁର,୨୫।୫ ଲୋକେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ନିମନ୍ତେ ସରକାରୀ ଅର୍ଥ ଖର୍ଚ୍ଚ ହେଲା। ନିର୍ମାଣ ହେଲା ଗୋଷ୍ଠୀ ଶୌଚାଳୟ। ହେଲେ ବର୍ଷେ ତଳୁ ନିର୍ମାଣ ସରିଥିଲେ ମଧ୍ୟ ତାହା ଏଯାଏ କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଏପରି କି ଶୌଚାଳୟକୁ ଜଳ ସଂଯୋଗ ଦିଆଯାଇ ନାହିଁ। ଫଳରେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କିଆକଟା ପଞ୍ଚାୟତର କିଆକଟା-ବୌଦ୍ଧ ମହାନଦୀ ସେତୁ ନିକଟ ତ୍ରିବେଣୀ ଛକ ପାର୍ଶ୍ୱରେ ଅତ୍ୟନ୍ତ ପରିତ୍ୟକ୍ତ ଅବସ୍ଥାରେ ରହିଛି ଏହି ଗୋଷ୍ଠୀ ଶୌଚାଳୟ। ପ୍ରକାଶ ଯେ, ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକରେ ଥିବା ଏହି ତ୍ରିବେଣୀ ଛକ ଦେଇ ଅନୁଗୋଳ, ବୌଦ୍ଧ, ସୋନପୁର, ସମ୍ବଲପୁର ଏବଂ ବଲାଙ୍ଗୀର ଜିଲାର ସହସ୍ରାଧିକ ଯାତ୍ରୀ ଦୈନିକ ଯାତାୟାତ କରିଥାନ୍ତି। ଏସବୁ ଜିଲାକୁ ଚାଲୁଥିବା ବହୁ ସଂଖ୍ୟକ ବସ୍‌ ଏଠାରେ ରହଣି କରୁଥିବାରୁ ତ୍ରିବେଣୀ ଛକରେ ଅନେକ ଦୋକାନ ଗଢ଼ି ଉଠିଛି। ଏପରି କି ଏହାକୁ ଏକ ବ୍ୟବସାୟିକ କେନ୍ଦ୍ରସ୍ଥଳ ମଧ୍ୟ କୁହାଯାଉଛି। ପ୍ରତ୍ୟେକ ଦିନ ଶତାଧିକ ଯାତ୍ରୀ ଏଠାରେ ବସ୍‌କୁ ଅପେକ୍ଷା କରୁଥିବାରୁ ଏକ ଶୌଚାଳୟର ଆବଶ୍ୟକତା ରହିଥିଲା। ଏ ନେଇ ଦୀର୍ଘଦିନ ହେଲା ଦାବି ହେଉଥିଲା। ପରେ ସରକାରଙ୍କ ତରଫରୁ ଏକ ଗୋଷ୍ଠୀ ଶୌଚାଳୟ ନିର୍ମାଣ କରାଗଲା। କିନ୍ତୁ ନିର୍ମାଣ ହେବାର ଏକ ବର୍ଷ ବିତି ଯାଇଥିଲେ ମଧ୍ୟ ଏଯାଏ ତାହା କାର୍ଯ୍ୟକ୍ଷମ ହୋଇପାରି ନାହିଁ। ଫଳରେ ବସ୍‌କୁ ଅପେକ୍ଷାରତ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ମହିଳା ଯାତ୍ରୀମାନେ ଅଧିକ ସମସ୍ୟାରେ ପଡ଼ୁଛନ୍ତି। ଦୋକାନ ଦେଇଥିବା ବ୍ୟବସାୟୀମାନେ ମଧ୍ୟ ସ୍ନାନ ଓ ଶୌଚ ଆଦି ପାଇଁ ଅନ୍ୟତ୍ର ଯାଉଛନ୍ତି। ଏହି ଗୋଷ୍ଠୀ ଶୌଚାଳୟ କିପରି ଶୀଘ୍ର କାର୍ଯ୍ୟକ୍ଷମ ହୋଇପାରିବ ସେ ଦିଗରେ ଆବଶ୍ୟକ ଦୃଷ୍ଟି ଦିଆଯାଉ ନ ଥିବାରୁ ଏହାର ଚତୁଃପାର୍ଶ୍ୱ ଅନାବନା ଗଛଲତାରେ ପରିପୂର୍ଣ୍ଣ ହୋଇଯାଇଛି। ଏ ସମ୍ପର୍କରେ କିଆକଟା ପଞ୍ଚାୟତର ନିର୍ବାହୀ ଯନ୍ତ୍ରୀ ସୁବାସ ରଥ କହିଛନ୍ତି, କାର୍ଯ୍ୟ ସମ୍ପୂର୍ଣ୍ଣ ପରେ ଏହା ପଞ୍ଚାୟତକୁ ହସ୍ତାନ୍ତର କରାଯାଇଛି। ତେଣୁ ଶୌଚାଳୟ ବିଷୟରେ ପଞ୍ଚାୟତ ଚିନ୍ତା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri