ପରିତ୍ୟକ୍ତ ଅବସ୍ଥାରେ ଗାନ୍ଧୀ ଉଦ୍ୟାନ

ଏରସମା,୨୩।୧୦(ସ୍ବ.ପ୍ର.): ଏରସମା ବ୍ଲକ ମୁଖ୍ୟାଳୟରେ ଶିଶୁମାନଙ୍କ ଉଦ୍ଦେଶ୍ୟରେ ନିର୍ମିତ ଗାନ୍ଧୀ ଉଦ୍ୟାନ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି ା ବିଭିନ୍ନ ସଙ୍ଗଠନ ପକ୍ଷରୁ ଏହାର ପୁନରୁଦ୍ଧାର ପାଇଁ ଦାବି ହୋଇଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏରସମାର ଶିଶୁ ଓ କିଶୋରମାନଙ୍କ ଅବସର ବିନୋଦନ ପାଇଁ ପୂର୍ବତନ ବିଡିଓ ମୁରଲୀଧର ସ୍ବାଇଁ ଏହି ଶିଶୁ ଉଦ୍ୟାନ ୨୦୦୮ରେ ନିର୍ମାଣ ଆରମ୍ଭ କରିଥିଲେ ା ୪ା୬ା୨୦୦୯ରେ ଏହି ଉଦ୍ୟାନକୁ ପୂର୍ବତନ କୃଷି, ସମବାୟ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଦାମୋଦର ରାଉତ ଉଦ୍‌ଘାଟନ କରିଥିଲେ। ଉଦ୍ୟାନରେ ସୁନ୍ଦର ଫାଟକ ନିର୍ମାଣ କରାଯିବା ସହ ପିଲାଙ୍କ ଆମୋଦପ୍ରମୋଦ ପାଇଁ ଦୋଳି, ଖସଡ଼ା, ଶିଡି ଆଦିର ବ୍ୟବସ୍ଥା କରାଯାଇଛି। ବିଭିନ୍ନ କିସମର ଫୁଲଗଛରେ ଭରପୂର କରାଯାଇଛି ା ବଗିଚା ବୁଲିବା ପାଇଁ ସୁନ୍ଦର ରାସ୍ତା କରାଯାଇଛି ା ଉଦ୍ୟାନ ଉପଭୋଗ କରିବା ପାଇଁ ୮ ସିମେଣ୍ଟ ବେଞ୍ଚ୍‌ ଗଛ ଗଣ୍ଡି ଆକୃତିର କରାଯାଇଛି ା ନିରାପତ୍ତା ପାଇଁ ଉଦ୍ୟାନର ଚତୁଃପାର୍ଶ୍ୱରେ କମକୁଟ ପ୍ରାଚୀର ନିର୍ମାଣ କରାଯାଇଛି ା ମାତ୍ର ପରିତାପର ବିଷୟ, ରକ୍ଷଣାବେକ୍ଷଣ ଅଭାବରୁ ଏହି ଉଦ୍ୟାନ ଏବେ ସରୀସୃପମାନଙ୍କ ଆଶ୍ରୟସ୍ଥଳ ପାଲଟିଛି। ସେଠାରେ ବିଭିନ୍ନ ପଚାଶଢ଼ା ଜିନିଷ ପକାଯାଉଥିବାରୁ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ଫଳରେ ଉଦ୍ୟାନକୁ ଲାଗି ନିର୍ମାଣ କରାଯାଇଥିବା ବସ୍‌ଷ୍ଟାଣ୍ଡ ବିଶ୍ରାମାଗାରରେ ଯାତ୍ରୀମାନେ ବସିପାରୁନାହାନ୍ତି ା ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ଏମାନେ ଯାହା କୁହନ୍ତି …
ଶିଶୁମାନଙ୍କ ଶାରୀରିକ ଓ ମାନସିକ ବିକାଶ ପାଇଁ ନିର୍ମାଣ କରାଯାଇଥିବା ଉଦ୍ୟାନ ଏବେ ସାପଙ୍କ ଆଶ୍ରୟସ୍ଥଳ ପାଲଟିଛି ା ଏଥିସହ ମଦ୍ୟପଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟିଦେବାକୁ ନିବେଦନ କରୁଛି ା
-ପ୍ରବୀର ପଣ୍ଡା, ସଭାପତି,ସଚେତନ ନାଗରିକମଞ୍ଚ ଏରସମା
ପଞ୍ଚାୟତ ବୈଠକରେ ଶିଶୁ ଉଦ୍ୟାନର ପୁନରୁଦ୍ଧାର ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏ ସମ୍ପର୍କରେ ବ୍ଲକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଛି ା ଖୁବ୍‌ଶୀଘ୍ର ଏ ଦିଗରେ ପଦକ୍ଷେପ ନିଆଯିବ।
-ସଚ୍ଚିଦାନନ୍ଦ ଦାସ, ଏରସମା ସରପଞ୍ଚ


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri