ବ୍ରାହ୍ମଣୀରୁ ଅବାଧ ବାଲି ଚାଲାଣ

ପରଜଙ୍ଗ, ୧୩।୨(ଡି.ଏନ୍‌.ଏ.):ନିଲାମ ହୋଇଛି ବାଲିଘାଟ। ହେଲେ ନିଲାମଧାରୀ ସଂସ୍ଥା ଦାଖଲ କରିନାହିଁ ଆବଶ୍ୟକ କାଗଜପତ୍ର। ତଥାପି ବାହୁବଳ, ରାଜନୈତିକ ଚାପ ପ୍ରୟୋଗ କରି ବ୍ରାହ୍ମଣୀ ଶଯ୍ୟାରୁ ଦିନରାତି ଉଠାଯାଉଛି ବାଲି। ଏଭଳି ବେଆଇନ କାର୍ଯ୍ୟ ସମ୍ପର୍କରେ ରାଜସ୍ବ ବିଭାଗ ଅବଗତ ଥିବା ସତ୍ତ୍ୱେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏହାଯୋଗୁ ସରକାର ବିପୁଳ ରାଜସ୍ବ ହରାଉଥିବାବେଳେ ଜୈବ ବିବିଧତା ଉପରେ ଏହାର କୁପ୍ରଭାବ ପଡୁଛି, ଯାହାକୁ ନେଇ ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଲେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ପରଜଙ୍ଗ ଅଞ୍ଚଳରେ ପ୍ରଚୁର ପରିମାଣର ଲଘୁ ଖଣିଜ ସାମଗ୍ରୀ ଉପଲବ୍ଧ ଥିବାବେଳେ ଏସବୁ ଉପରେ ମୁନାଫାଖୋର ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ବିଶେଷ କରି ବାଲିଘାଟ ନିଲାମ ଏକ ଲାଭଜନକ ବ୍ୟବସାୟ ହୋଇଥିବାରୁ ଏହାକୁ କରାୟତ୍ତ କରିବାକୁ ପ୍ରତିଯୋଗିତା ଚାଲିଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବ୍ରାହ୍ମଣୀ ନଦୀର କୁଲେଇ ବାଲିଘାଟରେ। ଉକ୍ତ ବାଲିଘାଟକୁ ପ୍ରଶାସନ ପକ୍ଷରୁ ଟେଣ୍ଡର ମାଧ୍ୟମରେ ନିଲାମ ଡକାଯାଇଥିଲା, ଯାହାକୁ ଭୁବନେଶ୍ୱର ଅଞ୍ଚଳର ଜଣେ ବ୍ୟକ୍ତି ହାସଲ କରିଛନ୍ତି। ହେଲେ ବାଲିଘାଟ ନିଲାମ, ଉତ୍ତୋଳନ ସଂକ୍ରାନ୍ତ କାଗଜପତ୍ର ସମ୍ପୂର୍ଣ୍ଣ ହୋଇନାହିଁ। ତହସିଲ ପ୍ରଶାସନ ମଧ୍ୟ ବାଲି ଉଠାଣ ପାଇଁ ଅନୁମତି ଦେଇନାହିଁ। ଏହାସତ୍ତ୍ୱେ ଜେସିବି ମେଶିନ ଏବଂ ଟିପ୍ପର ସହାୟତାରେ ନଦୀଶଯ୍ୟାରୁ ବାଲି ଉତ୍ତୋଳନ କରି ଅନ୍ୟତ୍ର ଗଚ୍ଛିତ ରଖାଯାଉଛି। ସେଠାରୁ ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଉଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। କେବଳ ଏତିକି ନୁହେଁ, ସୁବିଧାରେ ବାଲି ଚାଲାଣ ପାଇଁ ନଦୀ ଗର୍ଭକୁ ରାସ୍ତା ତିଆରି କରାଯାଇଛି। ଏଥିଲାଗି ଜଙ୍ଗଲ ଜମିରୁ ମୋରମ ଖନନ କରାଯାଇଛି। ଅନୁରୂପ ଦୃଶ୍ୟ ଦେଖିବାକୁ ମିଳିଛି ବସୁଲେଇ ଘାଟରେ। ଲଘୁ ଖଣିଜ ସାମଗ୍ରୀ ଚାଲାଣ ରୋକିବା ଲାଗି ଜିଲା ପ୍ରଶାସନ ତରଫରୁ ସ୍କ୍ବାଡ୍‌ ଗଠନ କରାଯାଇଥିଲେ ମଧ୍ୟ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉନାହିଁ। ତେଣୁ ବାଲି ବ୍ୟବସାୟୀମାନେ ଏଭଳି ବେଆଇନ କାର୍ଯ୍ୟ କରିବାକୁ ସୁଯୋଗ ପାଉଛନ୍ତି ବୋଲି ଆଲୋଚନା ହେଉଛି।
ଏ ସଂକ୍ରାନ୍ତରେ ଗେଙ୍କୁଟିଆ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ବିବେକାନନ୍ଦ ସାହୁ କୁହନ୍ତି, ଏଭଳି ବେଆଇନ କାର୍ଯ୍ୟ ସମ୍ପର୍କରେ ତାଙ୍କ ନିକଟରେ ସୂଚନା ଅଛି। ତେବେ ତହସିଲ କାର୍ଯ୍ୟରେ ବ୍ୟସ୍ତ ରହୁଥିବାରୁ ସମୟ ଅଭାବ ରହୁଛି। ତେଣୁ ନିରୁପାୟ ହୋଇ ଦେଖିବା ଛଡ଼ା ଅନ୍ୟ ବାଟ ନାହିଁ ବୋଲି ସେ କହିଛନ୍ତି। ଏ ସଂକ୍ରାନ୍ତରେ ଉପଜିଲାପାଳ ଜ୍ୟୋତିଶଙ୍କର ସାହୁ କୁହନ୍ତି, ଏଭଳି ବେଆଇନ କାର୍ଯ୍ୟ ଚାଲିଥିବା ସମ୍ପର୍କରେ କୌଣସି ସୂଚନା ନ ଥିଲା। ତେବେ ଖୁବ୍‌ଶୀଘ୍ର ବାଲିଘାଟରେ ଚଢ଼ାଉ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri