ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ଲଗାଇ ପରିତ୍ୟକ୍ତ ପାଇଖାନା ଭାଙ୍ଗୁଥିଲେ ପ୍ରଧାନ ଶିକ୍ଷୟିତ୍ରୀ, ଛାତ ଖସି ଦୁଇ ଗୁରୁତର

ପାଟଣା ,୧୯।୨(ବୀର କିଶୋର ଦାଶ): ସ୍କୁଲ ପରିସରରେ ଥିବା ପରିତ୍ୟକ୍ତ ପାଇଖାନାକୁ ଭାଙ୍ଗୁଥିବା ସମୟରେ ଛାତ ଖସି ପଡିବାରୁ ପଞ୍ଚମ ଶ୍ରେଣୀର ୨ ଛାତ୍ର ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସରକାରୀ ଉର୍ଦ୍ଦୁ ମକ୍ତବ ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏହି ଅଘଟଣ ଘଟିଛି। ଦୁହିଁଙ୍କୁ ପ୍ରଥମେ ପାଟଣା ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ହୋଇଛନ୍ତି। ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ଗୁରୁତର ଥିବା କୁହାଯାଉଛି।

ସୂଚନା ଅନୁସାରେ ଗୁରୁତର ୨ ଛାତ୍ର ପଞ୍ଚମ ଶ୍ରେଣୀର ଛାତ୍ର ହେଉଛନ୍ତି ଟାଇଂଶିରା ଗ୍ରାମର ସନ୍ତୋଷ କାରୁଆ ଓରାଜା ନାଏକ। ଉଭୟ ଛାତ୍ରଙ୍କ ଅଣ୍ଟା ଓ ମୁଣ୍ଡରେ ଗଭୀର କ୍ଷତ ହୋଇଛି। ଏହି ଦୁର୍ଘଟଣାକୁ ନେଇ ସ୍କୁଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ଅଭିଭାବକ ମାନେ ମକ୍ତବ ସ୍କୁଲ ନିକଟରେ ପାଟଣା କେନ୍ଦେଇ ପଶି ରାସ୍ତା ଅବରୋଧ କରିଛନ୍ତି।

ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଗୁରୁତର ୨ ଛାତ୍ରଙ୍କୁ ଶାବଳରେ ପରିତ୍ୟକ୍ତ ପାଇଖେନା କାର୍ଯ୍ୟ କରାଉ ଥିବା ବେଳେ ଅଘଟଣ ଘଟିବା ଛାତ୍ର କହିଛନ୍ତି। ଏହାକୁ ପ୍ରଧାନ ପ୍ରଧାନ ଶିକ୍ଷୟିତ୍ରୀ ନଳିନୀ ପ୍ରଭା ମହାନ୍ତ ଖଣ୍ଡନ କରିଛନ୍ତି। ଛାତ୍ର ଦ୍ୱୟ ପାଇଖେନାକୁ ଯାଇଥିବା ବେଳେ ଛାତ ଖସିପଡ଼ିଥିବା କହିଛନ୍ତି। ତେବେ ବିଈଓ ପୂର୍ଣ୍ଣଚନ୍ଦ୍ର ମାନ୍ତ, ଏବିଓ ଶଚିଦା ନନ୍ଦ ସେଠୀ , ବିଜୟ ଓଝା , ଜିପିଓ ରଶ୍ମିରେଖା ମହାନ୍ତି ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ପ୍ରଶାସନ ପକ୍ଷରୁ ପିଇଓ ସୁଧାଂଶୁ ପାଇକରାୟ ଗୁରୁତର ପିଲାଙ୍କୁ ହସ୍ପିଟାଲ୍ ନେଇ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

ଅତାବିରାରେ ଶକ୍ତି ବଢ଼ାଉଛି ଭାଜପା

ଭେଡେନ,୨୯।୪(ସୁଦନ ମହାକୁର): ବରଗଡ଼ ଜିଲା ଭେଡେନ ରଞ୍ଜିତା ମିନି ଷ୍ଟାଡିୟମରେ ଭେଡେନ ବ୍ଲକ ଭାଜପା କର୍ମୀ ସମ୍ବିଳନୀ ଏବଂ ମିଶ୍ରଣ ପର୍ବ ସୋମବାର ଅନୁଷ୍ଠିତ ହୋଇଯାଇଛି।...

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ...

ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା-ବିଜେଡି, ଶୁଭିଲା ଜୟ ଶ୍ରୀରାମ, ଜୟଜଗନ୍ନାଥ

ଭୁବନେଶ୍ୱର,୨୯।୪: ନାମାଙ୍କନପତ୍ର ଦାଖଲ ବେଳେ ମୁହାଁମୁହିଁ ହେଲେ ଭାଜପା ଓ ବିଜେଡି କର୍ମୀ। ଭାଜପା ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଜେଡିର ସତ୍ୟବାଦୀ...

ମେ’ ୩ରେ ରାୟଗଡ଼ା ଆସିବେ ରାହୁଲ

ଭୁବନେଶ୍ୱର,୨୯।୪: ମେ’ ୩ ତାରିଖରେ ରାୟଗଡ଼ା ଆସିବେ ରାହୁଲ ଗାନ୍ଧୀ। ଏ ନେଇ ସୂଚନା ଦେଇଛନ୍ତି ଭକ୍ତ ଦାସ। ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟ ନବରଙ୍ଗପୁର ଗସ୍ତ...

ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା କନିଷ୍ଠ ଶିକ୍ଷକଙ୍କ ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର

ପଟ୍ଟାଙ୍ଗି,୨୯।୪(ଶରତ ଧଳ): ଜଣେ କନିଷ୍ଠ ଶିକ୍ଷକ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ରହି ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ପଟ୍ଟାଙ୍ଗି ଥାନାରେ ଏକ ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri