Posted inଜାତୀୟ

ଏନ୍‌ଇଇଟି ପ୍ରସଙ୍ଗ ଆଲୋଚନା ଦାବିରେ ବିରୋଧୀଙ୍କ କକ୍ଷତ୍ୟାଗ

ନୂଆଦିଲ୍ଲୀ,୨ା୭(ପି.ଟି.): ଲୋକ ସଭାରେ ସୋମବାର ବିରୋଧୀ ସଦସ୍ୟମାନେ ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ପ୍ରସଙ୍ଗରେ ସ୍ବତନ୍ତ୍ର ଭାବେ ଗୋଟିଏ ଦିନ ଆଲୋଚନା ଦାବି କରିଥିଲେ। ଏଥିପାଇଁ ସରକାରଙ୍କଠାରୁ ସ୍ପଷ୍ଟ ପ୍ରତିଶ୍ରୁତି ନ ମିଳିବାରୁ ସେମାନେ କକ୍ଷତ୍ୟାଗ କରିଛନ୍ତି। ନିମ୍ନ ସଦନରେ ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏନ୍‌ଇଇଟି ଅନିୟମିତତା ପ୍ରସଙ୍ଗ ଉଠାଇଥିଲେ। ତେବେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ଶେଷ ନ ହେବା ପର୍ଯ୍ୟନ୍ତ ଏନ୍‌ଇଇଟି ଉପରେ ଆଲୋଚନା ହୋଇପାରିବ ନାହିଁ ବୋଲି ଗୃହର ଉପନେତା ରାଜନାଥ ସିଂ କହିଥିଲେ। ନିଟ୍‌ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହୋଇଥିବାରୁ ଏହା ଉପରେ ଆମେ ଗୋଟିଏ ଦିନ ଆଲୋଚନା ଦାବି କରୁଛୁ। ବିଭିନ୍ନ ପରୀକ୍ଷାରେ ୭୦ ଥର ପ୍ରଶ୍ନପତ୍ର ଲିକ୍‌ ହେଲାଣି ଏବଂ ୨ କୋଟିରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏଥିରେ ପ୍ରଭାବିତ ହୋଇଛନ୍ତି। ତେଣୁ ଉକ୍ତ ପ୍ରସଙ୍ଗରେ ଗୋଟିଏ ଦିନ ଆଲୋଚନା ପାଇଁ ଅନୁମତି ଦେଲେ ଆମେ ଖୁସି ହେବୁ ବୋଲି ରାହୁଲ କହିଥିଲେ। ରାଷ୍ଟ୍ରପତିଙ୍କ ଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଗୃହୀତ ହେବା ପରେ ଅନ୍ୟ ପ୍ରସଙ୍ଗ ଆଲୋଚନା ହେବ ବୋଲି ରାଜନାଥ କହିବାରୁ ବିରୋଧୀ ନେତାମାନେ ସରକାରଙ୍କଠାରୁ ନିର୍ଦ୍ଦିଷ୍ଟ ପ୍ରତିଶ୍ରୁତି ଚାହିଁଥିଲେ। ଆଲୋଚନା ପାଇଁ ସଦସ୍ୟମାନେ ଅଲଗା ନୋଟିସ ଦେଇପାରିବେ ବୋଲି ବାଚସ୍ପତି ଓମ୍‌ ବିର୍ଲା କହିଥିଲେ। ଏହା ପରେ ବିରୋଧୀ ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ।

ଆଜି ଛାତ୍ରଙ୍କ ପାର୍ଲାମେଣ୍ଟ ଅଭିଯାନ

ଏନ୍‌ଇଇଟି-ୟୁଜି ସମେତ ପିଜି ଏବଂ ୟୁଜିସି ନେଟ୍‌ ପରୀକ୍ଷାରେ ହୋଇଥିବା ଅନିୟମିତତା ପ୍ରତିବାଦରେ ଦିଲ୍ଲୀର ଯନ୍ତରମନ୍ତରଠାରେ ଧାରଣାରେ ବସିଥିବା ଛାତ୍ରୀଛାତ୍ର ସେମାନଙ୍କ ଦାବିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାଇବା ପାଇଁ ମଙ୍ଗଳବାର ପାର୍ଲାମେଣ୍ଟ ଅଭିମୁଖେ ଶୋଭାଯାତ୍ରାରେ ଯିବେ। ଛାତ୍ରୀଛାତ୍ରଙ୍କ ଅନିର୍ଦ୍ଦିଷ୍ଟ କାଳ ଧାରଣା ସୋମବାର ଷଷ୍ଠ ଦିନରେ ପହଞ୍ଚତ୍ଛି। ପରୀକ୍ଷା ଦୁର୍ନୀତିକୁ ନେଇ ‘ଇଣ୍ଡିଆ ଏଗେନେଷ୍ଟ ଏନ୍‌ଟିଏ’ ବ୍ୟାନରରେ ସେମାନେ ଧାରଣା ଜାରି ରଖିଛନ୍ତି। ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେଣ୍ଟ (ଏନ୍‌ଟିଏ)କୁ ବ୍ୟାନ୍‌ କରିବା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ସେମାନେ ଦାବି କରିବା ସହ ସମସ୍ତଙ୍କ ପାଇଁ ଏନ୍‌ଇଇଟି-ୟୁଜି ପରୀକ୍ଷା ପୁନର୍ବାର କରାଇବା ଦାବିରେ ଅଡ଼ିବସିଛନ୍ତି। ଏଥିସହିତ ବିଶ୍ୱବିଦ୍ୟାଳୟ ପାଇଁ ଉଦ୍ଦିଷ୍ଟ ପୁରୁଣା ପ୍ରବେଶିକ ପରୀକ୍ଷା ବ୍ୟବସ୍ଥା ଲାଗୁ କରିବାକୁ ଦାବି ହୋଇଛି। ଆନ୍ଦୋଳନରେ ସାମିଲ ହୋଇଥିବା ଛାତ୍ର ସଂଗଠନ ମଧ୍ୟରେ ଏଆଇଏସ୍‌ଏ ଏବଂ ଦିଲ୍ଲୀ ୟୁନିଭର୍ସିଟିର କଓ୍ବୋଇଏସ୍‌ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri