Posted inଖେଳ

ଭାରତର ପତାକା ଉଠାଇବେ ଅବନୀ

ଟୋକିଓ,୪।୯: ରବିବାର ଟୋକିଓ ପାରାଲିମ୍ପିକ୍ସ ଉଦ୍‌ଯାପିତ ହେବ। ୧୨ ଦିନ ଧରି ଚାଲିଥିବା ପାରାଲିମ୍ପିକ୍ସର ୧୬ତମ ସଂସ୍କରଣର ଉଦ୍‌ଯାନୀ ଉତ୍ସବ ଟୋକିଓ ନ୍ୟାଶନାଲ ଷ୍ଟାଡିୟମରେ ଆୟୋଜନ ହେବ। ଉତ୍ସବରେ ସ୍ବର୍ଣ୍ଣ ପଦକ ଜିତିଥିବା ୧୮ ବର୍ଷୀୟା ମହିଳା ଶୁଟର ଅବନୀ ଲେଖରା ଭାରତର ପତାକା ବାହକ ଦାୟିତ୍ୱ ନିର୍ବାହ କରିବେ। ଅବନୀ ଆର-୨ ମହିଳା ୧୦ ମିଟର ଏୟାର ରାଇଫଲ ଷ୍ଟାଣ୍ଡିଂ ଏସ୍‌ଏଚ୍‌୧ ଇଭେଣ୍ଟରେ ସୋମବାର ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏହାକୁ ବାଦ୍‌ ଦେଲେ ସେ ୫୦ ମି. ରାଇଫଲ ୩ ପୋଜିଶନ ଏସ୍‌ଏଚ୍‌୧ ଇଭେଣ୍ଟରେ ଶୁକ୍ରବାର ବ୍ରୋଞ୍ଜ ପଦକ ହାସଲ କରିଥିଲେ। ଅବନୀ ପତାକା ବହନ କରିବେ ଓ ଭାରତୀୟ ଦଳର ୧୧ଜଣ ପ୍ରତିଯୋଗୀ ଉଦ୍‌ଯାପନୀ ଉତ୍ସବରେ ଅଂଶଗ୍ରହଣ କରିବେ ବୋଲି ପାରାଲିମ୍ପିକ୍‌ କମିଟି ଅଫ୍‌ ଇଣ୍ଡିଆ (ପିସିଆଇ) ପକ୍ଷରୁ କୁହାଯାଇଛି। ୨୦୧୨ରେ ଏକ କାରା ଦୁର୍ଘଟଣାରେ ସେ ଶିକାର ହୋଇଥିଲେ ଓ ଅଣ୍ଟା ତଳକୁ ସେ ପକ୍ଷାଘାତର ଶିକାର ହୋଇଥିଲେ। ସେ ପ୍ରଥମ ମହିଳା ଆଥଲେଟ ଭାବେ ଗୋଟିଏ ସଂସ୍କରଣରେ ଦୁଇଟି ପଦପ ହାସଲ କରିଛନ୍ତି। ଗତ ୨୪ ତାରିଖରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ଶଟ୍‌ପୁଟର ଟେକ ଚାନ୍ଦ ଭାରତ ପତାକା ବହନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri