ମିଳୁନି ଆବାସ: ଭଙ୍ଗା ଚାଳଘରେ ବିତୁଛି ଭାଗୀରଥିଙ୍କ ଦିନ

ଆଳି, ୨୫ା୧(ବନମାଳୀ ସେନାପତି ): କେନ୍ଦ୍ରଠାରୁ ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଶହଶହ ଯୋଜନା କରୁଛନ୍ତି। ତାହା ସମାଜର ଶେଷତମ ଲୋକ ପାଖରେ ପହଞ୍ଚିଲା କି ନାହିଁ ତାହା ଦେଖିବା ଯେଉଁମାନଙ୍କର ଦାୟିତ୍ୱ ସେମାନେ କିନ୍ତୁ ଉଦାସୀନ। ତେଣୁ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ କଳସପୁର ପଞ୍ଚାୟତ ଜେନାଭଳି ଗ୍ରାମର ଭାଗୀରଥି ଦାସ(୭୦)ଙ୍କୁ ଆବାସ ଯୋଜନାରେ ପକ୍କା ଘର ଖଣ୍ଟିଏ ମିଳି ନ ଥିବାରୁ ସେ ଏବେ ଭଙ୍ଗା ଚଳ ଛପର ଘରେ ରହୁଛନ୍ତି। ତାଙ୍କ ପାଇଁ ପକ୍କା ଘର ସାତସପନ ପାଲଟିଛି। ୨୦୧୧ ମସିହାର ସର୍ଭେ ଅନୁସାରେ ସେ କଚାଘରେ ବାସ କରୁଥିବା ଜଣାପଡିଥିଲା। ଭାଗୀରଥି ପୁଅ, ସ୍ତ୍ରୀଙ୍କୁ ହରାଇ ଏବେ ଏକାକୀ ବାସ କରୁଛନ୍ତି।

ଆବାସ ଖଣ୍ଡେ ପାଇଁ ବର୍ଷବର୍ଷ ଧରି ପଞ୍ଚାୟତରୁ ବ୍ଲକ ଦୌଡି ଦୌଡ଼ି ନୟାନ୍ତ ହୋଇ ପଡିଥିଲେ ସୁଦ୍ଧା ପ୍ରଶାସନର ନଜର ପଡୁନି। ଗୋଟିଏ ପଟେ ବୟସର ଅପରାହ୍ନରେ ପହଞ୍ଚିଥିବା ଭାଗୀରଥି ପୁଅ, ସ୍ତ୍ରୀଙ୍କୁ ହରାଇ ବାର ଯନ୍ତ୍ରଣାରେ ଜର୍ଜରିତ ହେଉଥିବା ବେଳେ ମୁଣ୍ଡ ଗୁଞ୍ଜିବା ନିମନ୍ତେ ପକ୍କାଘର ଖଣ୍ଡେ ନାହିଁ। ନିଜ ଭାଗ୍ୟକୁ ଆଦରି ଭଙ୍ଗା ଚାଳ ଘରେ ଦିନ କାଟୁଛନ୍ତି। ଦିନ ଥିଲା ଭାଗୀରଥି ଦିନ ମଜୁରିଆ ଭାବେ କାମ କରି ନିଜ ପରିବାର ଚଳାଉ ଥିଲେ। ହସଖୁସିରେ ଚାଲିଥିବା ଭାଗୀରଥିଙ୍କ ପରିବାର ଉପରକୁ ଘୋଟି ଆସିଥିଲା ଦୁଃଖର କଳାବାଦଲ। ଏକ ଦୁର୍ଘଟଣାରେ ନିଜ ଭେଣ୍ଡିଆ ପୁଅ ଚିତ୍ତରଞ୍ଜନଙ୍କୁ ହରାଇବା ପରେ ପ୍ରାୟ ୧୦ ହେବ ସ୍ତ୍ରୀ ମଞ୍ଜୁଲତାଙ୍କ ପରଲୋକ ଘଟିଛି। ଯେଉଁ ବୟସରେ ବିଶ୍ରାମ ନେବା କଥା ସେହି ବୟସରେ ଭାଗୀରଥି ପେଟ ଚାଖଣ୍ଡକ ପାଇଁ ମୂଲ ଲାଗି ନିଜ ପେଟକୁ ଦାନା ଦେଉଛନ୍ତି। ଯେଉଁ ଘରେ ସେ ମୁଣ୍ଡ ଗୁଞ୍ଜିଛନ୍ତି ତାହାର କାନ୍ଥ ଫାଟି ଆଁ କରିଥିବା ବେଳେ ଚାଳ ଫୁଟି ବର୍ଷା ପାଣି ଝରୁଛି। କଳସପୁର ପଞ୍ଚାୟତରେ ଅନେକ ଥିଲା ବାଲା ଲୋକ ଆବାସ ଯୋଜନାରେ ଘର ପାଇଥିବା ବେଳେ ଭାଗୀରଥିଙ୍କୁ ମଳୁନାହିଁ ବୋଲି ସେ କ୍ଷୋଭର ସହ କହିଛନ୍ତି। ଏଠାରେ ପ୍ରଶ୍ନ ଉଠୁଛି ଯେ ୨୦୧୧ ମସିହା ସର୍ଭେ ରିପୋର୍ଟ ଅନୁଯାୟୀ ପ୍ରଶାସନ ନିକଟରେ ଭାଗୀରଥି ଘର ପାଇବାକୁ ଯୋଗ୍ୟ ହୋଇଥିବା ବେଳେ କାହା ଅବହେଳା ଯୋଗୁଁ ସେ ଏଥିରୁ ବଞ୍ଚତ୍ତ ହୋଇଛନ୍ତି। ଏ ନେଇ ଆଳି ବ୍ଲକ ପ୍ରଶାସନ ଓ କେନ୍ଦ୍ରାପଡ଼ା ଜିଲାପାଳ ତୁରନ୍ତ ଦୃଷ୍ଟି ଦେବାକୁ ଭାଗୀରଥି ଗୁହାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

ଦିଲ୍ଲୀପ ରାୟଙ୍କ ନିର୍ବାଚନୀ ମାମଲା ଚାଲିବ: ହାଇକୋର୍ଟ

ଭୁବନେଶ୍ୱର,୬।୨: ହାଇକୋର୍ଟରେ ରାଉଲକେଲା ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ହୋଇଛି। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ୩ ମାମଲାକୁ  ହାଇକୋର୍ଟ ଖାରଜ କରିଛନ୍ତି । ଅନ୍ୟପକ୍ଷେ, ୩…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri