ଟାଙ୍ଗିଆରେ ସ୍ତ୍ରୀକୁ ହାଣି ହତ୍ୟା: ୨୧ ଦିନ ପରେ  ସ୍ବାମୀ ଏବିଡିିଓ ଗିରଫ 

ହାଟଡିହୀ,୨୬।୧୦(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ଗ୍ରାମରେ ୨ ଅକ୍ଟୋବରରେ ଏବିଡ଼ିଓ ଦେବୀ ପ୍ରସାଦ ଜେନା ସ୍ତ୍ରୀ ସୁଦେଷ୍ନା (୪୨ )ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିଲେ । ଉକ୍ତ ଘଟଣାରେ ଅଭିଯୁକ୍ତ ଦେବୀ ପ୍ରସାଦ ଫେରାର ଥିବା ବେଳେ ତାଙ୍କୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଖୋଜାଖୋଜି ଚଳାଇଥିଲା। ପଡୋଶୀ ଭଦ୍ରକ, ଯାଜପୁର, ବାଲେଶ୍ୱର ପ୍ରଭୃତି ଜିଲା ଏବଂ ଅନ୍ୟସ୍ଥାନ ମାନଙ୍କରେ ପୋଲିସ ଚଢ଼ାଉ ଜାରି ରଖିଥିଲା। ଦୀର୍ଘ ୨୧ ଦିନ ପରେ ଶନିବାର ବିଳମ୍ବିତ ରାତିରେ ପୋଲିସ ଅଭିଯୁକ୍ତ ଏବିଡିିଓ ଦେବୀ ପ୍ରସାଦଙ୍କୁ ଗିରଫ କରିଛି। ରାତି ପ୍ରାୟ ଦୁଇଟା ବେଳେ ଭଦ୍ରକ ପଟୁ ଏକ ସାଇକେଲ ଚଳାଇ ସେ ନିଜ ଗ୍ରାମ ଅଭିମୁଖେ ଯାଉଥିବା ବେଳେ ପୋଲିସ ପୂର୍ବ ସୂଚନା ମୁତାବକ ତାଙ୍କୁ ଧରିବାରେ ସକ୍ଷମ ହୋଇଥିଲା । ଆନନ୍ଦପୁର ଡିଏସପି ପ୍ରଶାନ୍ତ ବେହେରାଙ୍କ ନେତୃତ୍ୱରେ ଅଭିଯୁକ୍ତ ଏବଡିିଓଙ୍କୁ ଧରିବା ପାଇଁ ଏକ ସ୍ପେଶାଲ ଟିମ ଗଠନ ହୋଇଥିଲା
ସୂଚନା ଯୋଗ୍ୟ, ଅଭିଯୁକ୍ତ ଦେବୀ ପ୍ରସାଦ ଭଦ୍ରକ ଜିଲା ବନ୍ତ ବ୍ଲକରେ ଏବିଡିଓ ଭାବେ ଏବେ କାର୍ଯ୍ୟରତ ଅଛନ୍ତି । ପୁଅ ସତ୍ୟ ପ୍ରକାଶଙ୍କ ଅଭିଯୋଗ ଆଧାରରେ ନନ୍ଦିପଦା ପୋଲିସ ଏକ ହତ୍ୟା ମାମଲା ନଂ ୨୯୪/୨୦୨୫  ରୁଜୁ କରିଥିଲା । ବନ୍ତ ବ୍ଲକ ବିଡିଓ ସୀତାକାନ୍ତ ରାଉତଙ୍କ ସୂଚନା ଅନୁସାରେ ଅଭିଯୁକ୍ତ ଏବିଡିଓ ବିନା ଛୁଟି ଦରଖାସ୍ତରେ ବ୍ଲକ କାର୍ଯ୍ୟାଳୟରେ ଅନୁପସ୍ଥିତ ଅଛନ୍ତି । ତାଙ୍କ ବିରୋଧରେ କୌଣସି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସୂଚନା ଆମ ପାଖରେ ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ଇସ୍ତଫା ଦିଅନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀ: ନବୀନଙ୍କ ଦାବି

ଭୁବନେଶ୍ୱର,୧୭।୩: SCB ଅଗ୍ନିକାଣ୍ଡ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri