ଅପହରଣ କରି ୫ଲକ୍ଷ ଦାବି

ନିରାକାରପୁର,୧୩।୭(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ମଳିପଡ଼ା ଅଞ୍ଚଳରୁ ଅପହୃତ ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ରବିବାର ଅପରାହ୍ନରେ ପୋଲିସ ଜଟଣୀ ଥାନା ହରିରାଜପୁର ନିକଟ ଏକ ଜଙ୍ଗଲରୁ ଉଦ୍ଧାର କରିଛି। ସେ ହେଲେ ମଳିପଡ଼ା ଗ୍ରାମର ସତ୍ୟନାରାୟଣ ବେହେରା। ଏହି ଘଟଣାରେ ପୋଲିସ ୩ଜଣ ଅପହରଣକାରୀଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଖୋର୍ଦ୍ଧା ଟାଉନ ଥାନା ଅଧୀନ ଭାଲିଆବାଡିର ସୁଶିଲ ବଳିୟାରସିଂହ, ସଦର ଥାନା ବାରଘରପାଟଣାର ଶିବସୁନ୍ଦର ଦାଶ ଓ ଜଟଣୀ ଥାନା ଅରଗୁଳର ଆଦିତ୍ୟ ସାହୁ। ଏମାନଙ୍କ ନିକଟରୁ ଏକ କାର୍‌ ଜବତ ହୋଇଛି। ତେବେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ପୋଲିସ କହିଛି।
ପୋଲିସ ସୂଚନା ମୁତାବକ, ସତ୍ୟନାରାୟଣ ମଳିପଡ଼ା ଅଞ୍ଚଳର ରସାନନ୍ଦ କଳସଙ୍କ ପାଖରେ ରହି ଖଣି କାମ ବୁଝାଶୁଝା କରୁଥିଲେ। ତେବେ କୌଣସି କାରଣକୁ ନେଇ ସତ୍ୟନାରାୟଣଙ୍କୁ ରବିବାର ସକାଳେ ଦେଉଳଟାଙ୍ଗୀର ସୂର୍ଯ୍ୟ ଖଣ୍ଡି ଓ ତା’ର ସହଯୋଗୀମାନେ ଏକ କାରରେ ଅପହରଣ କରିନେଇଥିଲେ। ତେବେ ସତ୍ୟନାରାୟଣଙ୍କୁ ଛାଡ଼ିବା ପାଇଁ ଅପହରଣକାରୀମାନେ ୫ଲକ୍ଷ ଟଙ୍କା ଦାବି କରୁଥିଲେ ବୋଲି ରସାନନ୍ଦ ଥାନାରେ ଅଭିଯୋଗ କରିଥିଲେ। ଏନେଇ ଥାନାରେ ଏକ ମାମଲା (ନଂ.୧୪୬/୨୧) ରୁଜୁ ହୋଇଥିଲା। ଏହା ପରେ ଏସ୍‌ପି ରାଜକିଶୋର ଦୋରାଙ୍କ ନିର୍ଦ୍ଦେଶକ୍ରମେ ଜଙ୍କିଆ ଆଇଆଇସିଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଜଟଣୀ ଥାନା ହରିରାଜପୁର ନିକଟରେ ଥିବା ଏକ ଜଙ୍ଗଲରେ ଏହି ଟିମ୍‌ ଜଟଣୀ ପୋଲିସ ସହାୟତାରେ ଚଢ଼ାଉ କରି ସତ୍ୟନାରାୟଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲା। ଏଥିସହ ପୋଲିସ ୩ ଅପହରଣକାରୀଙ୍କୁ ଧରିବା ସହ ଏକ କାର(ଓଡି୦୫ ଏବି ୮୯୭୯) ଜବତ କରିଥିଲା। କିନ୍ତୁ ଘଟଣାସ୍ଥଳରୁ ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଥିଲା। ସୂଚନାଯୋଗ୍ୟ, ସୂର୍ଯ୍ୟ ଖଣ୍ଡି ଓ ତା’ର ସହଯୋଗୀମାନେ ପୂର୍ବରୁ ରସାନନ୍ଦଙ୍କ ଅଫିସରୁ ୧ଲକ୍ଷ ୫୦ହଜାର ଟଙ୍କା ଓ ଦୁଇଟି ବାଇକ୍‌ ଡକାୟତି କରିନେଇଥିଲେ। ଏନେଇ ରସାନନ୍ଦଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ.୩୨/୨୧) ରୁଜୁକରି ସୂର୍ଯ୍ୟ ଓ ତା’ର ସହଯୋଗୀମାନଙ୍କୁ ଗିରଫ କରିଥିଲା। ତେବେ ୧୫ଦିନ ପୂର୍ବେ ଅଭିଯୁକ୍ତମାନେ ଜେଲରୁ ଆସିବା ପରେ ଏଭଳି ଘଟଣା ଘଟାଇଛନ୍ତି ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri