ଭଙ୍ଗା ସ୍କୁଲ ଘରେ ରଖି ରଖୁଥିଲେ ଶାରୀରିକ ସମ୍ପର୍କ, ପୋଲିସ ଆଗରେ ଅପହରଣ କାହାଣୀ କହିଲେ ନାବାଳିକା, ଏବେ ଅଭିଯୁକ୍ତ…

ଦିଗପହଣ୍ଡି,୨୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ ମାମୁ ଗତ ୧୫ ତାରିଖରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଥାନା ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୭୬/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଶୋଫିଆ ମିଶ୍ର ଅପହୃତା ନାବାଳିକାଙ୍କୁ ମଙ୍ଗଳବାର ଶେରଗଡ଼ ବସଷ୍ଟାଣ୍ଡରୁ ଉଦ୍ଧାର କରିଥିବା ଜଣାପଡ଼ିଛି। ଏହି ମାମଲାରେ ପାଟପୁର ଥାନା ସାହାସପୁର ଗ୍ରାମର ଅଭିଯୁକ୍ତ ଚନ୍ଦନ ସ୍ବାଇଁଙ୍କୁ ଗିରଫ କରାଯାଇଛି। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଉଭୟଙ୍କ ଡାକ୍ତରୀ ମାଇନା କରାଯିବା ପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ନାବାଳିକାଙ୍କ ବୟାନ ରେକର୍ଡ କରାଯାଇଥିଲା। ବୁଧବାର ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋକ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନାନୁଯାୟୀ, ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁର ଉକ୍ତ ନାବାଳିକାଜଣଙ୍କ ଅଭିଯୁକ୍ତଙ୍କୁ ଭଲ ପାଉଥିଲେ। ଗତ ପ୍ରାୟ ୧୦ ଦିନ ପୂର୍ବେ ସେ ଦିଗପହଣ୍ଡି ବ୍ଲକ ଅଧୀନ ତାଙ୍କ ଜେଜେ ମା’ଙ୍କ ଘର ଗାଁ କୁ ବୁଲି ଆସିଥିଲେ। ଗତ ୧୪ ତାରିଖରେ ଅଭିଯୁକ୍ତ ଚନ୍ଦନ ଉକ୍ତ ଗାଁରେ ପହଞ୍ଚି ନାବାଳିକାଙ୍କୁ ଫୋନ କରି ଡାକିଥିଲେ। ସେ ଆସିବାରୁ ତାଙ୍କୁ ବିବାହର ପ୍ରତିଶ୍ରୃତି ଦେଇ କନ୍ଧମାଳ ଜିଲା ବାଲିଗୁଡା ଗ୍ରାମକୁ ନେଇ ଏକ ଭଙ୍ଗା ସ୍କୁଲ ଘରେ ରଖି ମନା କରିବା ସତ୍ତ୍ୱେ ତାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ। ପରେ ତାଙ୍କୁ ନେଇ ଶେରଗଡ଼ ଆସୁଥିବା ବେଳେ ତଦନ୍ତକାରୀ ଅଧିକାରୀ ମୋବାଇଲ ଟ୍ରାକିଂ କରି ପ୍ରଥମେ ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ପରେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri