ଭଙ୍ଗା ସ୍କୁଲ ଘରେ ରଖି ରଖୁଥିଲେ ଶାରୀରିକ ସମ୍ପର୍କ, ପୋଲିସ ଆଗରେ ଅପହରଣ କାହାଣୀ କହିଲେ ନାବାଳିକା, ଏବେ ଅଭିଯୁକ୍ତ…

ଦିଗପହଣ୍ଡି,୨୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ ମାମୁ ଗତ ୧୫ ତାରିଖରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଭାରପ୍ରାପ୍ତ ଥାନା ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୭୬/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଶୋଫିଆ ମିଶ୍ର ଅପହୃତା ନାବାଳିକାଙ୍କୁ ମଙ୍ଗଳବାର ଶେରଗଡ଼ ବସଷ୍ଟାଣ୍ଡରୁ ଉଦ୍ଧାର କରିଥିବା ଜଣାପଡ଼ିଛି। ଏହି ମାମଲାରେ ପାଟପୁର ଥାନା ସାହାସପୁର ଗ୍ରାମର ଅଭିଯୁକ୍ତ ଚନ୍ଦନ ସ୍ବାଇଁଙ୍କୁ ଗିରଫ କରାଯାଇଛି। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଉଭୟଙ୍କ ଡାକ୍ତରୀ ମାଇନା କରାଯିବା ପରେ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ନାବାଳିକାଙ୍କ ବୟାନ ରେକର୍ଡ କରାଯାଇଥିଲା। ବୁଧବାର ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋକ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନାନୁଯାୟୀ, ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁର ଉକ୍ତ ନାବାଳିକାଜଣଙ୍କ ଅଭିଯୁକ୍ତଙ୍କୁ ଭଲ ପାଉଥିଲେ। ଗତ ପ୍ରାୟ ୧୦ ଦିନ ପୂର୍ବେ ସେ ଦିଗପହଣ୍ଡି ବ୍ଲକ ଅଧୀନ ତାଙ୍କ ଜେଜେ ମା’ଙ୍କ ଘର ଗାଁ କୁ ବୁଲି ଆସିଥିଲେ। ଗତ ୧୪ ତାରିଖରେ ଅଭିଯୁକ୍ତ ଚନ୍ଦନ ଉକ୍ତ ଗାଁରେ ପହଞ୍ଚି ନାବାଳିକାଙ୍କୁ ଫୋନ କରି ଡାକିଥିଲେ। ସେ ଆସିବାରୁ ତାଙ୍କୁ ବିବାହର ପ୍ରତିଶ୍ରୃତି ଦେଇ କନ୍ଧମାଳ ଜିଲା ବାଲିଗୁଡା ଗ୍ରାମକୁ ନେଇ ଏକ ଭଙ୍ଗା ସ୍କୁଲ ଘରେ ରଖି ମନା କରିବା ସତ୍ତ୍ୱେ ତାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ। ପରେ ତାଙ୍କୁ ନେଇ ଶେରଗଡ଼ ଆସୁଥିବା ବେଳେ ତଦନ୍ତକାରୀ ଅଧିକାରୀ ମୋବାଇଲ ଟ୍ରାକିଂ କରି ପ୍ରଥମେ ନାବାଳିକାଙ୍କୁ ଉଦ୍ଧାର କରିଥିଲେ। ପରେ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri