ଘରକୁ ଫେରିଲେ ଅପହୃତା ଦଶମ ଶ୍ରେଣୀ ଛାତ୍ରୀ

କୁଳିଅଣା,୩ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ମଙ୍ଗଳବାର ପୋଲିସ ଉକ୍ତ ନାବାଳିକାଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ବେଳେ ଅପହରଣରେ ସମ୍ପୃକ୍ତ ଅଭିଯୁକ୍ତମାନେ ଫେରାର ହୋଇଯାଇଛନ୍ତି। ଦଶମ ଶ୍ରେଣୀରେ ପଢ଼ୁଥିବା ନାବାଳିକା ଜଣକ କୁଳିଅଣା ଥାନା ଅଞ୍ଚଳରେ ଥିବା ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଆସିଥିଲେ। ୨୦ ତାରିଖରେ ବସ୍‌ ଯୋଗେ ସେ ଗାଁକୁ ଫେରୁଥିଲେ। ବିଶୋଇ ବସ୍‌ଷ୍ଟାଣ୍ଡରୁ କୁଳିଅଣା ଥାନା ଅଧୀନ ପଳାସବଣି ଗ୍ରାମର ଚନ୍ଦନ ବେହେରା ଓ ତାଙ୍କର ୩ ସହଯୋଗୀ ତାଙ୍କୁ ଅପହରଣ କରି ନେଇଥିଲେ। ନାବାଳିକାଙ୍କୁ ସେମାନେ ବିଭିନ୍ନ ସ୍ଥାନରେ ଲୁଚାଇ ରଖି ଚନ୍ଦନଙ୍କୁ ବିବାହ କରିବା ପାଇଁ ବାଧ୍ୟ କରିବା ସହ ମାରପିଟ୍‌ କରିଥିଲେ। ନାବାଳିକା ଜଣକ ଫୋନ ଯୋଗେ ଏକଥା ତାଙ୍କ ଭାଇଙ୍କୁ ଜଣାଇଥିଲେ। ନାବାଳିକାଙ୍କ ଭାଇ ଏନେଇ ଥାନାରେ ଅଭିଯୋଗ କରିଥିଲେ। ହେଲେ ଅପହରଣକାରୀମାନେ ଗତ ଗୁରୁବାର ନାବାଳିକାଙ୍କୁ ଆଣି ବାରିପଦା ଓଏସ୍‌ଟିପି ସେଣ୍ଡରରେ ଛାଡ଼ି ପଳାଇଥିଲେ। ପୋଲିସ ସେଠାରୁ ନାବାଳିକାଙ୍କୁ ଉଦ୍ଧାର କରି ବୟାନ ରେକର୍ଡ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri