Posted inଜାତୀୟ

୨୬/୧୧ ଆକ୍ରମଣର ଅଭିଯୁକ୍ତ ଆତଙ୍କବାଦୀ ଅବଦୁଲ ରହମାନ ମକ୍କି ମୃତ

ନୂଆଦିଲ୍ଲୀ,୨୭।୧୨: ୨୬/୧୧ ମୁମ୍ବାଇ ଆକ୍ରମଣର ଅଭିଯୁକ୍ତ ତଥା ଲଶ୍କର-ଏ-ତୋଇବା ଆତଙ୍କବାଦୀ ସଂଗଠନର ଡେପୁଟି ଚିଫ ଅବଦୁଲ ରେହମାନ ମକ୍କିଙ୍କର ହୃଦଘାତ ଯୋଗୁଁ ମୃତ୍ୟୁ ଘଟିଛି। ମକ୍କି ହାଫିଜ ସଇଦଙ୍କ ସମ୍ପର୍କୀୟ ତଥା ସଂଗଠନର ଆତଙ୍କବାଦୀ ପାଣ୍ଠିର ମୁଖ୍ୟ ଥିଲେ। ଆମେରିକା ଏବଂ ମିଳିତ ଜାତିସଂଘ ଦ୍ୱାରା ତାଙ୍କୁ ବିଶ୍ୱ ଆତଙ୍କବାଦୀ ଘୋଷିତ କରାଯାଇଥିଲା।

ମକ୍କି ବିଶ୍ୱ ଆତଙ୍କବାଦୀ ତାଲିକାରେ ଅନ୍ତର୍ଭୁକ୍ତ ହୋଇଥିଲେ। ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) 1267 ISIL (Da’esh) ଏବଂ ଅଲ-କାଏଦା କଟକଣା କମିଟି ଅଧୀନରେ ମକ୍କି ତାଲିକାଭୁକ୍ତ କରିଥିଲା। ଏହି କାରଣରୁ, ତାଙ୍କର ସମ୍ପତ୍ତି ଫ୍ରିଜ ହେବା ସହିତ ଯାତ୍ରା ନିଷେଧ ଏବଂ ଅସ୍ତ୍ରଶସ୍ତ୍ର ଉପରେ ନିଷେଧାଦେଶ ଜାରି କରାଯାଇଥିଲା।

ଅବଦୁଲ ରେହମାନ ମକ୍କି ଲଶ୍କର-ଏ-ତୋଇବାର ରାଜନୈତିକ ୱିଙ୍ଗର ନେତୃତ୍ୱ ନେଇଥିଲେ। ଏହା ବ୍ୟତୀତ ସେ ଜମାତ-ଉଦ-ଦାୱାର ମୁଖ୍ୟ ମଧ୍ୟ ଥିଲେ। ସେ ଲଶ୍କର ବୈଦେଶିକ ସମ୍ପର୍କ ବିଭାଗର ମୁଖ୍ୟ ମଧ୍ୟ ଥିଲେ। ଭାରତରେ ପ୍ରମୁଖ ଆତଙ୍କବାଦୀ ଆକ୍ରମଣରେ ଅବଦୁଲ ରେହମାନ ମକ୍କିଙ୍କର ପ୍ରତ୍ୟକ୍ଷ ଭୂମିକା ଥିବା ବିବେଚନା କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri