ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଏବିଇଓ ଗିରଫ

ରାଜନଗର, ୨୪ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ (ଏବିଇଓ) ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ବିଦ୍ୟାଳୟ ଶ୍ରେଣୀଗୃହରେ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଏବିଇଓ ସୁବାସ ଚନ୍ଦ୍ର ମହାନ୍ତିଙ୍କୁ ଗିରଫ କରିଛି। ଏ ନେଇ ଥାନାରେ ନଂ. ୨୧୬/୨୨ରେ ମାମଲ ରୁଜୁ ହୋଇଛି। ଏବିଇଓ ମହାନ୍ତି ରାଜନଗର ବ୍ଲକର ପ୍ରଥମ ଆଦର୍ଶ ଶିକ୍ଷକ ଭାବେ ରାଷ୍ଟ୍ରପତି ପୁରସ୍କାର ପାଇଛନ୍ତି।
ରାଜନଗର ଥାନାରେ ନାବାଳିକା ଛାତ୍ରୀଙ୍କ ମା’ କରିଥିବା ଅଭିଯୋଗ ମୁତାବକ ତାଙ୍କ ଝିଅ ଷଷ୍ଠ ଶ୍ରେଣୀରେ ପାଠ ପଢ଼ନ୍ତି। ବୁଧବାର ବିଦ୍ୟାଳୟକୁ ପ୍ରତିଦିନ ଭଳି ପଢ଼ିବାକୁ ଯାଇଥିଲେ। ମଧ୍ୟାହ୍ନଭୋଜନ ଛୁଟି ସମୟରେ ପିଲାମାନେ ଖେଳୁଥିବା ବେଳେ ଝିଅ ଶ୍ରେଣୀଗୃହରେ ବସି ଟିଉସନ ପାଠ କରୁଥିଲା। ଏହି ସମୟରେ ଏବିଇଓ ମହାନ୍ତି ପହଞ୍ଚତ୍ ଝିଅ ସହ ଅସଦାଚରଣ ଉଦ୍ୟମ କରିଥିଲେ। ଝିଅ ପାଟି କରିବାରୁ କାହାକୁ ନ କହିବାକୁ କହି ମହାନ୍ତି ପଳାଇଥିଲେ। ଝିଅ ଘରକୁ ଆସି ମୋତେ ନ କହି ଟିଉସନ ଦିଦିଙ୍କୁ କହିଥିଲା। ଦିଦି ମୋତେ ଏ ବିଷୟରେ ଜଣାଇଥିଲେ। ଏ ସମ୍ପର୍କରେ ମୁଁ ସ୍ବାମୀଙ୍କୁ ଜଣାଇଥିଲି। ସ୍ବାମୀ ଘଟଣା ସମ୍ପର୍କରେ ପ୍ରଧାନ ଶିକ୍ଷୟିତ୍ରୀ ଓ ସମ୍ପୃକ୍ତ ଏବିଇଓଙ୍କୁ ଫୋନ ଯୋଗେ ପଚାରିଥିଲେ। ଗୁରୁବାର ସକାଳେ ଏବିଇଓ ଛାତ୍ରୀଙ୍କ ଘର ନିକଟରେ ପହଞ୍ଚତ୍ବା ପରେ ତାଙ୍କୁ ଗ୍ରାମବାସୀ ଆଣି ପୋଲିସ ଜିମା ଦେଇଥିଲେ। ଛାତ୍ରୀଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ଛାତ୍ରୀଙ୍କ ବୟାନ ରେକର୍ଡ କରିବା ସହ ଏବିଇଓଙ୍କୁ ଗିରଫ କରିଛନ୍ତି। ପୋଲିସ ଏବିଇଓଙ୍କୁ ଥାନାରେ ଆଣି ବସାଇବା ପରେ ମଧ୍ୟ ତାଙ୍କୁ ତୁରନ୍ତ କୋର୍ଟ ଚାଲାଣ ପାଇଁ ଛାତ୍ରୀଙ୍କ ଗାଁର ଶତାଧିକ ଲୋକ ଥାନା ନିକଟରେ ପହଞ୍ଚତ୍ ହୋହଲ୍ଲା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri