ଜେଲରୁ ବାହାରିଲେ ଅଭୟକାନ୍ତ ପାଠକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗିରଫ ହେବାର ଦୀର୍ଘ ୬ମାସ ପରେ ଶୁକ୍ରବାର ଜେଲରୁ ମୁକୁଳିଛନ୍ତି ଆଇଏଫ୍‌ଏସ୍‌ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ସ୍କାଏ କିଙ୍ଗ୍‌ ଟ୍ରାଭେଲ୍ସରେ ଠକେଇ ଓ ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ଆଦି ବିଭିନ୍ନ ମାମଲାରେ ଛନ୍ଦି ହୋଇ ଜେଲ ଯାଇଥିବା ଅଭୟଙ୍କୁ ଗୁରୁବାର ହାଇକୋର୍ଟରୁ ଜାମିନ ମିଳିଥିଲା। ତେବେ ତାଙ୍କ ନାମରେ ଥିବା ସମସ୍ତ ୪ ମାମଲାରେ ଜାମିନ ମିଳିଥିବାରୁ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୬ଟାରେ ଅଭୟକାନ୍ତ ଝାରପଡ଼ା ଜେଲରୁ ବାହାରିଥିଲେ। ତେବେ ଝାରପଡ଼ା ଜେଲରେ ଥିବା ତାଙ୍କ ପୁଅ ଆକାଶ ପାଠକଙ୍କ ନାମରେ କ୍ରାଇମ୍‌ବ୍ରାଞ୍ଚ ମାମଲା ବିଚାରାଧୀନ ଥିବାରୁ ସେ ମୁକୁଳିପାରିନାହାନ୍ତି।
ସୂଚନା ଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ୨୦୨୦ ନଭେମ୍ବର ୨୭ରେ ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶ ଗିରଫ ହୋଇଥିଲେ। ଅଭୟକାନ୍ତଙ୍କୁ ଭିଜିଲାନ୍ସ ଓ ଆକାଶଙ୍କୁ କ୍ରାଇବ୍ରାଞ୍ଚ ଗିରଫ କରିଥିଲା। ସ୍କାଇ କିଙ୍ଗ୍‌ ଟ୍ରାଭେଲ୍ସ ଠକେଇ ନେଇ ଖାରବେଳନଗର ଥାନାରେ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସରେ ଏବଂ ଟାଟା କମ୍ପାନୀରେ ଚାକିରି ନାଁରେ ଠକେଇ ଘଟଣାରେ ଗଞ୍ଜାମ ଗୋଳନ୍ଥରା ଓ ବ୍ରହ୍ମପୁର ବୈଦେଶ୍ୱର ଥାନାରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri