Posted inରାଜ୍ୟ

୨ ଦିନିଆ ରିମାଣ୍ଡରେ ଆସିଲେ ଅଭୟକାନ୍ତ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କୁ ମଙ୍ଗଳବାର ୨ଦିନିଆ ରିମାଣ୍ଡରେ ଆଣିଛି କମିଶନରେଟ ପୋଲିସ। ଟ୍ରାଭେଲ ସଂସ୍ଥା ସ୍କାଏ କିଙ୍ଗ୍‌କୁ ଠକେଇ ମାମଲାରେ ଅଭୟକାନ୍ତଙ୍କ ସମ୍ପୃକ୍ତି ଅଛି କି ନାହିଁ ସେନେଇ ପୋଲିସ ପ୍ରମାଣ ଯୋଗାଡ଼ କରିବାକୁ ଲକ୍ଷ୍ୟ ରଖିଛି। ପୂର୍ବରୁ ତାଙ୍କ ପୁଅ ଆକାଶଙ୍କୁ ଟାଟା କମ୍ପାନୀରେ ନିଯୁକ୍ତ ଜାଲିଆତି ସହ ସ୍କାଏ କିଙ୍ଗ୍‌କୁ ଠକେଇ ଅଭିଯୋଗରେ କମିଶନରେଟ ପୋଲିସ ୪ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରିଥିଲା। ତାଙ୍କଠାରୁ ମିଳିଥିବା ତଥ୍ୟ ଆଧାରରେ ବାପା ଅଭୟକାନ୍ତଙ୍କୁ କମିଶନରେଟ ମୁଖ୍ୟାଳୟରେ ସ୍କାଏ କିଙ୍ଗ୍‌ ଠକେଇ ସମ୍ପର୍କିତ ପଚରାଉଚରା କରାଯାଉଛି। ଅଭୟକାନ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରୁ ସ୍କାଏ କିଙ୍ଗ ସଂସ୍ଥାକୁ ପେମେଣ୍ଟ ହୋଇଥିବା ଲକ୍ଷାଧିକ ଟଙ୍କାର ହିସାବ ମାଗିଛି ପୋଲିସ। ଏଥିସହ ବକେୟା ଥିବା ୬୫ ଲକ୍ଷ ଟଙ୍କା ନ ଦେଇ ସେ ଉକ୍ତ ସଂସ୍ଥାର କର୍ମଚାରୀଙ୍କୁ ଧମକଚମକ ଦେଇଥିବା ନେଇ ହୋଇଥିବା ଅଭିଯୋଗ ସଂକ୍ରାନ୍ତରେ ପୋଲିସ ପଚରାଉଚରା କରିଥିବା ଜଣାପଡିଛି।
ପାଠକ ବାପପୁଅ ପଞ୍ଚତାରକା ହୋଟେଲରେ ରହିବା ସହ ଚାର୍ଟର ଫ୍ଲାଇଟ୍‌ରେ ବାରମ୍ବାର ରାଜ୍ୟ ବାହାରକୁ ଯିବାଆସିବା କରିଥିଲେ। ଏଥିପାଇଁ ଉକ୍ତ ଟ୍ରାଭେଲ ସଂସ୍ଥାରୁ ସେମାନେ ବୁକିଂ କରିଥିଲେ। ଉଭୟ ଗିରଫ ହେବା ପରେ ସଂସ୍ଥାର ମ୍ୟାନେଜିଂ ପାର୍ଟନର ପ୍ରଭାସ ଚୌଧୁରୀ ସେମାନଙ୍କ ନାଁରେ ଖାରବେଳନଗର ଥାନାରେ ଠକେଇ ଅଭିଯୋଗ କରିଥିଲେ। ପୋଲିସ ୨୯୩/୨୦ରେ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri