ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ସେମାନଙ୍କ ଜାମିନ ଆବେଦନକୁ ଖାରଜ କରିଦେବା ସହ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଅଧିକ ପଚରାଉଚରା ପାଇଁ ଭିଜିଲାନ୍ସ ପକ୍ଷରୁ ସେମାନଙ୍କୁ ରିମାଣ୍ଡରେ ଆଣିବା ପାଇଁ କୋର୍ଟରେ ଆବେଦନ କରାଯାଇଥିଲେ ମଧ୍ୟ ଅନୁମତି ମିଳି ନ ଥିବା ସୂଚନା ମିଳିଛି। ଅନ୍ୟପଟେ ଅଭୟକାନ୍ତଙ୍କ ପୁତୁରା ଓ ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି ଭିଜିଲାନ୍ସ। ତେବେ ଯାଞ୍ଚରୁ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଆୟବହିର୍ଭୂତ ସମ୍ପତ୍ତି ଠାବ କରାଯାଇଥିବା ଭିଜିଲାନ୍ସର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଥିବାବେଳେ ଯାଞ୍ଚ ଜାରି ରହିଥିବାରୁ ଚୂଡ଼ାନ୍ତ ଆକଳନ ରିପୋର୍ଟ ଦିଆଯାଇନି। ଘଟଣାର ଅଧିକ ତଦନ୍ତ ପାଇଁ ୨୦ ଜଣିଆ ସଦସ୍ୟଙ୍କୁ ନେଇ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌ (ଏସ୍‌ଆଇଟି) ଗଠନ କରାଯାଇଛି। ଏଥିସହ ରାଜ୍ୟ ସରକାର ଅଭୟକାନ୍ତଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି।
ଭିଜିଲାନ୍ସ ଟିମ୍‌ ଗୁରୁବାର ଅଭୟକାନ୍ତ ଓ ପୁଅ ଆକାଶଙ୍କୁ ବିମାନରେ ମୁମ୍ବାଇରୁ ଧରି ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଭିଜିଲାନ୍ସ ସେଲ୍‌ କାର୍ଯ୍ୟାଳୟରେ ଏମାନଙ୍କ ସହ ଅଭୟକାନ୍ତଙ୍କ ପୁତୁରା ହର୍ଷ ଓ ଡ୍ରାଇଭରଙ୍କୁ ବସାଇ ମୁହାଁମୁହିଁ ଜେରା କରାଯାଇଥିଲା। ଶୁକ୍ରବାର ଅଭୟକାନ୍ତ ଓ ପୁଅ ଆକାଶଙ୍କୁ କୋର୍ଟଚାଲାଣ ପୂର୍ବରୁ କ୍ୟାପିଟାଲ ହସ୍ପିଟାଲରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ସେଠାରେ ଅଭୟକାନ୍ତ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ, ସେ କୌଣସି ଅର୍ଥ ହଡ଼ପ କରିନାହାନ୍ତି। କିଛି ବି ଠକେଇ ହୋଇନି। ପୁଅ ଆକାଶ ନିଜ ଟଙ୍କାରେ ଅୟସ କରୁଥିଲେ। ତାଙ୍କର ମାସକ ଦରମା ଏକ କୋଟି ଟଙ୍କା। ସେହିପରି ଆକାଶ କହିଥିଲେ, ଉଦ୍ଦେଶ୍ୟମୂଳକ ଭାବେ ସେମାନଙ୍କୁ ହଇରାଣ କରାଯାଉଛି। ସେମାନେ କୌଣସି ଦୁର୍ନୀତିରେ ସମ୍ପୃକ୍ତ ନାହାନ୍ତି।
ସୂଚନାଯୋଗ୍ୟ, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ସମେତ ବାହାର ରାଜ୍ୟରେ ଥିବା ଅଭୟକାନ୍ତଙ୍କ ଘର ଓ ଅଫିସ ସମେତ ୧୨ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ଭୁବନେଶ୍ୱର, ମୁମ୍ବାଇ, ପୁଣେ, ଉଦୟପୁରରେ ଚଢାଉ ସମୟରେ ଘରୁ ମିଳିଛି ପ୍ରାୟ ୬୦ଲକ୍ଷ ନଗଦ ଟଙ୍କା, ୮୦୦ଗ୍ରାମର ସୁନା ଅଳଙ୍କାର ଓ ୨୩ଲକ୍ଷ ଟଙ୍କାର ସୁନାଗହଣା କ୍ରୟ ବିଲ୍‌ ଜବତ ହୋଇଥିଲା। ସେହିଭଳି ପୁଅ ଆକାଶଙ୍କ ଆକାଉଣ୍ଟରେ ୯.୪ କୋଟି ଟଙ୍କା ଜମା ରହିଛି। ତାଙ୍କ ନଁାରେ ୩ଟି ଦାମୀ କାର୍‌ ସହ ଏକାଧିକ ବାଇକ୍‌ ରହିଛି। ଟାଟା ମୋଟର୍ସ ନାମରେ ଜାଲ୍‌ କାଗଜପତ୍ର ବଳରେ ଆକାଶ ବହୁ କୋଟି ଟଙ୍କା ଠକେଇ କରିଥିବା କ୍ରାଇମବ୍ରଞ୍ଚରେ ଅଭିଯୋଗ ପରେ ଭିଜିଲାନ୍ସ ଖୋଳତାଡ଼ କରି ଏହି ଅମାପ ଆୟବହିର୍ଭୂତ ସମ୍ପତ୍ତିକୁ ଠାବ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri