ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ସେମାନଙ୍କ ଜାମିନ ଆବେଦନକୁ ଖାରଜ କରିଦେବା ସହ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଅଧିକ ପଚରାଉଚରା ପାଇଁ ଭିଜିଲାନ୍ସ ପକ୍ଷରୁ ସେମାନଙ୍କୁ ରିମାଣ୍ଡରେ ଆଣିବା ପାଇଁ କୋର୍ଟରେ ଆବେଦନ କରାଯାଇଥିଲେ ମଧ୍ୟ ଅନୁମତି ମିଳି ନ ଥିବା ସୂଚନା ମିଳିଛି। ଅନ୍ୟପଟେ ଅଭୟକାନ୍ତଙ୍କ ପୁତୁରା ଓ ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି ଭିଜିଲାନ୍ସ। ତେବେ ଯାଞ୍ଚରୁ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଆୟବହିର୍ଭୂତ ସମ୍ପତ୍ତି ଠାବ କରାଯାଇଥିବା ଭିଜିଲାନ୍ସର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଥିବାବେଳେ ଯାଞ୍ଚ ଜାରି ରହିଥିବାରୁ ଚୂଡ଼ାନ୍ତ ଆକଳନ ରିପୋର୍ଟ ଦିଆଯାଇନି। ଘଟଣାର ଅଧିକ ତଦନ୍ତ ପାଇଁ ୨୦ ଜଣିଆ ସଦସ୍ୟଙ୍କୁ ନେଇ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌ (ଏସ୍‌ଆଇଟି) ଗଠନ କରାଯାଇଛି। ଏଥିସହ ରାଜ୍ୟ ସରକାର ଅଭୟକାନ୍ତଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri