ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ସେମାନଙ୍କ ଜାମିନ ଆବେଦନକୁ ଖାରଜ କରିଦେବା ସହ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଅଧିକ ପଚରାଉଚରା ପାଇଁ ଭିଜିଲାନ୍ସ ପକ୍ଷରୁ ସେମାନଙ୍କୁ ରିମାଣ୍ଡରେ ଆଣିବା ପାଇଁ କୋର୍ଟରେ ଆବେଦନ କରାଯାଇଥିଲେ ମଧ୍ୟ ଅନୁମତି ମିଳି ନ ଥିବା ସୂଚନା ମିଳିଛି। ଅନ୍ୟପଟେ ଅଭୟକାନ୍ତଙ୍କ ପୁତୁରା ଓ ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି ଭିଜିଲାନ୍ସ। ତେବେ ଯାଞ୍ଚରୁ ୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଆୟବହିର୍ଭୂତ ସମ୍ପତ୍ତି ଠାବ କରାଯାଇଥିବା ଭିଜିଲାନ୍ସର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଥିବାବେଳେ ଯାଞ୍ଚ ଜାରି ରହିଥିବାରୁ ଚୂଡ଼ାନ୍ତ ଆକଳନ ରିପୋର୍ଟ ଦିଆଯାଇନି। ଘଟଣାର ଅଧିକ ତଦନ୍ତ ପାଇଁ ୨୦ ଜଣିଆ ସଦସ୍ୟଙ୍କୁ ନେଇ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌ (ଏସ୍‌ଆଇଟି) ଗଠନ କରାଯାଇଛି। ଏଥିସହ ରାଜ୍ୟ ସରକାର ଅଭୟକାନ୍ତଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri