ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ସୁପାରିସ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଦୁର୍ନୀତି ବିରୋଧରେ ସର୍ବଦା କଡ଼ା ଆଭିମୁଖ୍ୟ ପୋଷଣ କରିଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁୁବାର ଆଉ ଏକ ପଦକ୍ଷେପ ନେଇଛନ୍ତି। ଦୁର୍ନୀତି ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଚାକିରିରୁ ନିଲମ୍ବିତ ହୋଇ ଜେଲ ଯାଇଥିବା ଭାରତୀୟ ବନ ସେବା(ଆଇଏଫ୍‌ଏସ୍‌) ଅଧିକାରୀ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ଦେବା ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖି କେନ୍ଦ୍ରକୁ ସୁପାରିସ କରିଛନ୍ତି। ସର୍ବଭାରତୀୟ ପ୍ରଶାସନିକ ସେବାର ଜଣେ ଆଇଏଫ୍‌ଏସ୍‌ ଅଫିସରଙ୍କ ବିରୋଧରେ ଏଭଳି ସୁପାରିସ ରାଜ୍ୟର ପ୍ରଥମ ଘଟଣା।
ଚିଠିରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି, ସମ୍ପୃକ୍ତ ଆଇଏଫ୍‌ଏସ୍‌ ଅଫିସର ଦୁର୍ନୀତି କରି ବହୁ ସମ୍ପତ୍ତି ଠୁଳ କରିଛନ୍ତି। ଏଥିପାଇଁ ତାଙ୍କୁ ଗିରଫ କରାଯାଇଛି। ରାଜ୍ୟ ଭିଜିଲାନ୍ସ ବିଭାଗ ଏପର୍ଯ୍ୟନ୍ତ ଅଭୟ ଏବଂ ତାଙ୍କ ପୁତ୍ର ଆକାଶ ପାଠକଙ୍କଠାରୁ ୨୦ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରିଛି। ଉକ୍ତ ପ୍ରମାଣ ଆଧାରରେ ଉଭୟଙ୍କୁ ଗରିଫ କରାଯାଇଛି। ଏବେ ଉଭୟ ପିତାପୁତ୍ର ଜେଲରେ ଅଛନ୍ତି। ଭଭୟକାନ୍ତଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିବା ପରେ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ କରାଯାଇଥିଲା। ତଦନ୍ତ ବେଳେ ସମ୍ପୃକ୍ତ ଆଇଏଫ୍‌ଏସ୍‌ ଅଧିକାରୀଙ୍କ ଘରୁ ୧୦ କୋଟି ଟଙ୍କାର ଆୟବହିର୍ଭୂତ ସମ୍ପତ୍ତି ଜବତ କରାଯାଇଥିଲା। ଏଥିସହିତ ଚାର୍ଟର ବିମାନରେ ଯିବା ଆସିବାରେ ସେ ୩କୋଟି ଖର୍ଚ୍ଚ କରିଥିବା ଜଣାପଡ଼ିଥିଲା। ପୁଣେଠାରେ ଏକ ବିଳାସପୂର୍ଣ୍ଣ ହୋଟେଲରେ ରହିବା ବାବଦରେ ସେ ୧କୋଟି ଟଙ୍କା ଘରଭଡ଼ା ଆକାରରେ ଦେଇଥିଲେ। ଏପରି କି ଉଭୟ ବାପପୁଅ ବେଆଇନଭାବେ ଅର୍ଜିତ କରିଥିବା ସମ୍ପତ୍ତିକୁ ସୁରକ୍ଷା ଦେବା ପାଇଁ ଘରୋଇ ସୁରକ୍ଷା କର୍ମୀ ନିୟୋଜିତ କରିଥିଲେ ବୋଲି ତଦନ୍ତରୁ ଜଣାପଡ଼ିଛି।
ସେହିପରି ଅଭୟକାନ୍ତ ତାଙ୍କ ପୁଅ ଆକାଶଙ୍କ ଆକାଉଣ୍ଟରେ ବେଆଇନ କ୍ୟାଶ ଡିପୋଜିଟ କରୁଥିଲେ। ଏଥିସହ ଆକାଶ ଟାଟା ମୋଟର୍ସରେ ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟକରୁଥିବା ନେଇ ମିଥ୍ୟା ପରିଚୟ ଦେଇ ବହୁ ଲୋକଙ୍କୁ ଠକିଛନ୍ତି। ଚାକିରି କରାଇଦେବା ବାହାନାରେ ଅନେକ ବେକାର ଯୁବତୀଯୁବକଙ୍କଠାରୁ ପ୍ରଚୁର ଅର୍ଥ ନେବା ସହ ଜାଲିଆତି, ଠକେଇ କରିଛନ୍ତି। ସେଥିପାଇଁ ଆକାଶଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri