NDAରେ ସାମିଲ ହେବେ ଅଭିଜିତ ଦୀପକେ! ଅଫର୍‌ ମିଳିବା ପରେ ଦେଲେ ବଡ଼ ଜବାବ

ନୂଆଦିଲ୍ଲୀ, ୧୯।୮: କେନ୍ଦ୍ର ସରକାରର ମନ୍ତ୍ରୀ ଏବଂ ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆ (ଅଠାୱଲେ)ର ମୁଖ୍ୟ ରାମଦାସ ଅଠାୱଲେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (NDA)ରେ ସାମିଲ ହେବାକୁ ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବ ଉପରେ ଅଭିଜିତ ଦୀପକେଙ୍କ ପ୍ରତିକ୍ରିୟା ଆସିଛି, ଯାହା ସେ ବ୍ୟଙ୍ଗାତ୍ମକ ଢଙ୍ଗରେ ଦେଇଛନ୍ତି।

ଅଭିଜିତ ଦୀପକେ ନିଜ ଇନଷ୍ଟାଗ୍ରାମ ଏହି ପ୍ରସ୍ତାବର ଜବାବ ପୋଷ୍ଟ କରି ବ୍ୟଙ୍ଗ କରିଛନ୍ତି। ନିଟ ପେପର୍‌ ଲିକ୍‌ ବିରୋଧରେ ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ଆରମ୍ଭ କରି ଅଭିଜିତ ଦୀପକେ ଚର୍ଚ୍ଚାକୁ ଆସିଥିଲେ। ଏହି ଆନ୍ଦୋଳନରେ ମଧ୍ୟ ସେ ସଫଳତା ହାସଲ କରିଥିବା ଦାବି କରାଯାଇଛି।

ଅଭିଜିତ ଦୀପକେଙ୍କ ନେତୃତ୍ୱରେ ଦେଶର ବିଭିନ୍ନ ସ୍ଥାନର ଛାତ୍ରୀଛାତ୍ର ଏବଂ ଯୁବପିଢ଼ିଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଚାପରେ ଆସିଥିଲେ ଏବଂ ଫଳରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ପଡ଼ିଥିଲା ।

ରାମଦାସ ଅଠାୱଲେଙ୍କୁ ଜବାବ ଦେଇ ଅଭିଜିତ ଦୀପକେ ନିଜ ଇନଷ୍ଟାଗ୍ରାମର ଏକ ପୋଷ୍ଟ ଲେଖିଥିଲେ ଯେ, ମାତ୍ର ଗୋଟିଏ ମାସ ପୂର୍ବରୁ ମୁଁ ‘ଆଣ୍ଟି-ନ୍ୟାଶନାଲ’, ‘ଦେଶଦ୍ରୋହୀ’ ଏବଂ ‘ଦେଶ ବିରୋଧୀ’ ଥିଲି। ଜନ୍ତର-ମନ୍ତରରେ ଆନ୍ଦୋଳନ ସମୟରେ ତାଙ୍କ ସମେତ ଅନ୍ୟ ପ୍ରଦର୍ଶନକାରୀଙ୍କୁ ମଧ୍ୟ ଟାର୍ଗେଟ କରାଯାଇଥିଲା। ଧର୍ମେନ୍ଦ୍ର ପ୍ରଧାନ ତ ପ୍ରଦର୍ଶନକାରୀଙ୍କୁ ଆତଙ୍କବାଦୀଙ୍କ ‘ବି-ଟିମ’ ବୋଲି କହିଥିଲେ। ସେହିପରି ଭାଜପାର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ପ୍ରଦର୍ଶନକାରୀଙ୍କୁ ‘ଭାଇରସ’ ବୋଲି କହିଥିଲେ।

କେନ୍ଦ୍ର ସରକାରର ମନ୍ତ୍ରୀ ଏବଂ ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆ (ଅଠାୱଲେ)ର ମୁଖ୍ୟ ରାମଦାସ ଅଠାୱଲେ ଅଭିଜିତ ଦୀପକେଙ୍କୁ NDAରେ ସାମିଲ ହେବାକୁ ପ୍ରସ୍ତାବ ଦେଇଛନ୍ତି। ଅଠାୱଲେ ଦୀପକେଙ୍କୁ ଆମ୍ବେଦକରବାଦୀ ବୋଲି କହିବା ସହ ତାଙ୍କୁ ନିଜ ପାର୍ଟିରେ ସାମିଲ ହେବା ନେଇ ବିଚାର କରିବାକୁ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?